www.samajalive.in
Saturday, December 6, 2025
23.1 C
Bhubaneswar

କେନ୍ଦୁପତ୍ର ହିତାଧିକାରୀଙ୍କ ପାଇଁ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର: ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି । ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ । ଏହି ବୋନସ୍‌ ଓ ପ୍ରୋତ୍ସାହନ ରାଶି ଚଳିତ ଜୁଲାଇ ମାସରେ ପାଇବେ। ୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍‌ ଓ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି, ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ। ୨୦୨୨ ଶସ୍ୟବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଏବଂ ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ, ଏହିପରି ମୋଟ ୮୩.୩୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।

Hot this week

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

Related Articles

Popular Categories