ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଉତ୍ତର-ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଏହାର ପ୍ରଭାବ ସାରା ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ତେବେ ଆସନ୍ତା ୨୯ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରାଯାଇଛି। ବର୍ଷା ସମୟରେ ପବନ ବହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଆଜି ସମୁଦ୍ର ଯିବାକୁ ବାରଣ କରାଯାଇଛି।
Popular Categories



