www.samajalive.in
Saturday, December 6, 2025
26.1 C
Bhubaneswar

ଆହୁରି ୫ ଦିନ ଛେଚିବ

ଭୁବନେଶ୍ୱର : ରାଜ୍ୟରେ ଲଘୁଚାପଜନିତ ମୌସୁମୀ ବର୍ଷା ଜାରି ରହିଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ କ୍ରମଶଃ ଘନୀଭୂତ ହୋଇ ଉତ୍ତର ଓ ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପତ୍ୟକା ଅଞ୍ଚଳରେ ଲଘୁଚାପର ରୂପ ନେଇଛି। ଏହାର ପ୍ରଭାବରେ ଆଗାମୀ ୪ରୁ ୫ ଦିନ ପର୍ଯ୍ୟନ୍ତ ବିସ୍ତୃତ ବର୍ଷା ହେବାସହ କିଛି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ଆସନ୍ତା ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ। ବିଶେଷକରି ୧ ଓ ୨ ତାରିଖରେ ବର୍ଷାର ପରିମାଣ ଅଧିକ ରହିପାରେ। ସେହିପରି ଭୁବନେଶ୍ୱରରେ ପାଗ ମେଘୁଆ ରହିବା ସହ କେତେକ ସ୍ଥାନରେ ବର୍ଷା ହୋଇପାରେ ପାଣିପାଗ ବିଜ୍ଞାନୀ ଏଚ୍‌. ଆର୍‌. ବିଶ୍ୱାସ କହିଛନ୍ତି। ୧ ତାରିଖରେ ପୁରୀ, ଜଗତ୍‌ସିଂହପୁର, ଢ଼େଙ୍କାନାଳ, ଅନୁଗୋଳ, ସମ୍ବଲପୁର ଆଦି ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ସେସବୁ ଜିଲାକୁ ଅରେଞ୍ଜ ୱାର୍ଣ୍ଣି ରହିଛି।

Hot this week

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories