www.samajalive.in
Saturday, December 6, 2025
14.1 C
Bhubaneswar

ଦୁଇ ପ୍ରକଳ୍ପର ଲୋକାର୍ପଣ କଲେ ଶାହା

ଭୁବନେଶ୍ବର: ଆଜି କାମାକ୍ଷାନଗର-ଡୁବୁରୀ ୪ ଲେନ୍ ବିଶିଷ୍ଟ ଜାତୀୟ ରାଜପଥ-୫୩ ଓ ମୋଟେର- ବାନେର ଲଡ଼ୁଗାଁ ରାସ୍ତାର ସଂପ୍ରସାରଣ ପ୍ରକଳ୍ପର ଲୋକାର୍ପଣ କରିଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୃହ ମନ୍ତ୍ରୀ ଅମିତ ଶାହା ଉଦବୋଧନ ଦେଇ ପ୍ରାରମ୍ଭରେ କହିଛନ୍ତି, ଓଡ଼ିଶା ଭଳି ଗୁଜରାଟ ଲୋକ ବି ଜଗନ୍ନାଥଙ୍କୁ ବହୁତ ଭକ୍ତି କରନ୍ତି। ଆଜିର ଦିନରେ ୩୭୦ ଧାରା ଉଚ୍ଛେଦ କରାଯାଇଥିଲା। ସେଥିପାଇଁ ସାରା ଦେଶବାସୀ ଓ ଜମ୍ମୁ-କଶ୍ମୀରବାସୀଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ବଧାଇ ଜଣାଉଛି।  ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ରାଜ୍ୟ ରାସ୍ତା ଓ ପୂର୍ତ୍ତମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶରେ ଭିତ୍ତିଭୂମିର ବିକାଶ ଉପରେ ଗୁରୁତ୍ବ ଦେଉଛନ୍ତି। ଗତ ୯ ବର୍ଷ ମଧ୍ୟରେ ଜାତୀୟ ରାଜପଥ ବାବଦରେ ଭାରତ ସରକାର ବିପୁଳ ଅର୍ଥ ବିନିଯୋଗ କରିଛନ୍ତି।  ସ୍ବାଭିମାନ ଅଞ୍ଚଳକୁ ସଂଯୋଗ କରୁଛି ଗୁରୁପ୍ରିୟା ସେତୁ । ବିଜୁ ଏକ୍ସପ୍ରେସ ୱେରେ ମଧ୍ୟ ଯୋଗାଯୋଗ ବଢ଼ିଛି । ନିକଟରେ ଦୁଇଟି ବିମାନବନ୍ଦର କାର୍ଯ୍ୟକ୍ଷମ ହୋଇଛି । ଜୟପୁର ଓ ଉତ୍କେଳା ବିମାନବନ୍ଦର କାର୍ଯ୍ୟକ୍ଷମ ହୋଇଛି । ଆଉ ଗୋଟିଏ ବିମାନବନ୍ଦରର କାମ ଚାଲିଛି । ବିକାଶ କାମରେ ସହଯୋଗ କରୁଥିବାରୁ କେନ୍ଦ୍ରକୁ ଧନ୍ୟବାଦ । ମୋଦୀ ସରକାର ରାଜ୍ୟ ସରକାରଙ୍କ ସହ ମିଶି ଦେଶର ବିକାଶ କରିଛନ୍ତି। ଓଡ଼ିଶାର ବିକାଶ ଲାଗି ମୋଦୀ ସରକାର ପ୍ରତିଶ୍ରୁତିବଦ୍ଧ। ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ସରକାରଙ୍କ କାର୍ଯ୍ୟ ପ୍ରଶଂସନୀୟ। ବିପର୍ଯ୍ୟୟ ପରିଚାଳନାରେ ଓଡ଼ିଶା ସାରା ଦେଶକୁ ମାର୍ଗଦର୍ଶନ କରିଛି ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଶାହା କହିଛନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories