ଭୁବନେଶ୍ୱର : ଆସନ୍ତା ୧୩ ତାରିଖରେ ଗାଙ୍ଗେୟ ଉପତ୍ୟକା ଏବଂ ଉତ୍ତର ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଘନୀଭୂତ ହୋଇ ଲଘୁଚାପର ରୂପ ନେଇପାରେ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହାର ପ୍ରଭାବରେ ଆସନ୍ତା ୧୪ ରୁ ୧୭ ତାରିଖ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବର୍ଷା ନେଇ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଗଜପତି, ମାଲକାନଗିରି ଏବଂ କୋରାପୁଟକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି ।
Popular Categories



