ଭୁବନେଶ୍ୱର : ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅନ୍ତର୍ଗତ ହର୍ଟିକଲଚର କାର୍ଯ୍ୟାଳୟ ନିକଟରୁ ରବିବାର କାର୍ଟୁନ ଭିତରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଯୁବକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ସହ ନିକଟରେ ରକ୍ତ ଛିଟା ପଡ଼ିଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ମୃତ ଯୁବକ ଜଣକ ସ୍ଥାନୀୟ ଏକ ଅଟାକଳରେ କାମ କରୁଥିଲେ ବୋଲି ସୂଚନା ମିଳିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।
Popular Categories



