www.samajalive.in
Saturday, December 6, 2025
26.1 C
Bhubaneswar

ମିଳିଲା ଶର୍ମିଷ୍ଠାଙ୍କ କାର୍‌

ଭୁବନେଶ୍ବର: ବହୁଚର୍ଚ୍ଚିତ କ୍ୟାମେରାମ୍ୟାନ୍‌ ମାନସ ସ୍ବାଇଁ ହତ୍ୟା ମାମଲା । ଘଟଣା ଉପରୁ ଧୀରେ ଧୀରେ ହଟୁଛି ପରଦା । ଘଟଣାକୁ ନେଇ ପୂର୍ବରୁ ଅନେକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନକୁ ଆସିଥିବା ବେଳେ ପୁଣି ଏକ ତଥ୍ୟ ସମ୍ନାକୁ ଆସିଛି ।  ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠା ରାଉତଙ୍କ କାର୍‌ ବର୍ତ୍ତମାନ ଏୟାରଫିଲ୍ଡ ଥାନା ସ୍କାଏ ଟାୱାର ଆପାର୍ଟମେଣ୍ଟ ଗ୍ୟାରେଜରୁ ଠାବ କରାଯାଇଛି । କୁହାଯାଉଛି କି ଏହି କାରରେ ମାନସଙ୍କୁ ଚାନ୍ଦବାଲିରୁ ଉଠାଇ ନେଇଥିଲା । ପରେ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

ପୂର୍ବରୁ ଏହି ହତ୍ୟା ମାମଲାରେ ସୋମବାର ଦିନ ଚାନ୍ଦବାଲି ପୁଲିସ ଆଉ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି । ସୂଚନା ଓ ଲୋକସଂପର୍କ ବିଭାଗର ଅବସରପ୍ରାପ୍ତ ଅଧିକାରୀ ନିରଞ୍ଜନ ସେଠୀ ଓ ଅନ୍ୟ ଜଣେ ଅଭିଯୁକ୍ତ ରଞ୍ଜନ ନାୟକଙ୍କୁ ଗିରଫ କରାଯାଇଛି । ହତ୍ୟା ଷଡ଼ଯନ୍ତ୍ର, ମାଡ଼ ମାରିବା ଓ ମୃତଦେହ ପୋତିବାରେ ଉଭୟ ନିରଞ୍ଜନ ଓ ରଞ୍ଜନ ସମ୍ପୃକ୍ତ ଥିଲେ। ଜିଲ୍ଲା ଅତିରିକ୍ତ ଏସପି ଯତୀନ ପଣ୍ଡା ଚାନ୍ଦବାଲି ଥାନା ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦେଇଥିଲେ ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories