ଭୁବନେଶ୍ବର ଭିଏସଏସ ନଗର ବାଣ ବିସ୍ଫୋରଣରେ ଆହତ ବ୍ୟକ୍ତିଙ୍କ ମୃତ୍ୟୁ

ଭୁବନେଶ୍ବର: ବାଣ ବିସ୍ଫୋରଣରେ ଗୁରୁତର ଥିବା ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ଏକ ଘରୋଇ ହସପିଟାଲରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

ଆଜି ଭିଏସଏସ ନଗରରେ ଏକ ଘରେ ବାଣ ବିସ୍ଫୋରଣ ଘଟିଥିଲା। ଘର ଭିତରେ ବାଣ ଭିଡ଼ିବାବେଳେ ବିସ୍ଫୋରଣ ଘଟିଥିଲା। ବିସ୍ଫୋରଣରେ ଘରର ଆଜବେଷ୍ଟସ ଉଡ଼ିଯାଇଥିଲା। ବାଣ ବିସ୍ଫୋରଣର ପ୍ରଚଣ୍ଡ ଶବ୍ଦ ଶୁଣି ସ୍ଥାନୀୟ ଲୋକେ ଘଟଣାସ୍ଥଳକୁ ଆସି ଗୁରୁତର ଆହତ ବ୍ୟକ୍ତିଙ୍କୁ ଉଦ୍ଧାର କରିଥିଲେ ଏବଂ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ଯୋଗେ ହସପିଟାଲକୁ ପଠାଇଥିଲେ। ତାଙ୍କର ତତ୍କାଳ ଚିକିତ୍ସା ଘରୋଇ ହସପିଟାଲରେ କରାଯାଇଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ କମିଶନରେଟ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

Comments are closed.