www.samajalive.in
Saturday, December 6, 2025
19.1 C
Bhubaneswar

ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ବର: ପ୍ରଭୁ ଲିଙ୍ଗରାଜଙ୍କୁ ଦର୍ଶନ କଲେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା । ଗତକାଲି (ରବିବାର) ବିଳମ୍ବିତ ରାତିରେ ଓଡ଼ିଶାରେ ପହଞ୍ଚିବା ପରେ ଆଜି ଶାହା ଲିଙ୍ଗରାଜଙ୍କୁ ଦର୍ଶନ କରିଛନ୍ତି । ପରେ କଟକ ଗସ୍ତରେ ଯାଇ ଓଡିଆ ବଜାରସ୍ଥିତ ନେତାଜୀ ସୁଭାସ ଚନ୍ଦ୍ର ବୋଷଙ୍କ ଜନ୍ମସ୍ଥାନ ପରିଦର୍ଶନ କରିବା ସହିତ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଶ୍ରୀ ଶାହ କଟକ ଇଣ୍ଡୋର ଷ୍ଟାଡିୟମଠାରେ ଅନୁଷ୍ଠିତ ହେବାକୁ ଥିବା ଦୈନିକ ସମ୍ବାଦପତ୍ର ‘ପ୍ରଜାତନ୍ତ୍ର’ର ୭୫ ତମ ବାର୍ଷିକ ଉତ୍ସବ ‘ପ୍ରଜାତନ୍ତ୍ରର ଅମୃତ ଉତ୍ସବ’ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଏହି ଅବସରରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହାଙ୍କୁ ଫୁଲନଖରା, ଲିଙ୍କରୋଡ, ନିଶାମଣି ପଣ୍ଡପ, ପାଲା ମଣ୍ଡପ, ବାଦାମବାଡି, ଦୋଳମୁଣ୍ଡାଇ, ହରିପୁର ଓ ସେମିନାର ଛକ, ଦରଘାବଜାର ଛକରେ ବିଜେପି କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ସ୍ୱାଗତ କରାଯିବ ବୋଲି ଜଣାପଡ଼ିଛି। ଆଜି ଅପରାହ୍ନରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଶାହା ଭୁବନେଶ୍ୱରସ୍ଥିତ ରାଜ୍ୟ ବିଜେବି କାର୍ଯ୍ୟାଳୟରେ ପ୍ରମୁଖ ନେତୃବୃନ୍ଦ ଏବଂ କାର୍ଯ୍ୟକର୍ତାଙ୍କ ସହ ଆଲୋଚନା କରିବେ। ଅପରାହ୍ନ ୫ଟାରେ ‘ମୋଦି @ ୨୦’ ପୁସ୍ତକର ବୁକ୍‍ ରିଡିଂ କାର୍ଯ୍ୟକ୍ରମରେ ଯୋଗଦେଇ ସଂଧ୍ୟାରେ ଦିଲ୍ଲୀ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।

- Advertisement -

ସୂଚନା ଥାଉ କି ଗତକାଲି ସ୍ବତନ୍ତ୍ର ବିମାନ ଯୋଗେ ମନ୍ତ୍ରୀ ଶ୍ରୀ ଶାହା ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଥିଲେ। ଶ୍ରୀ ଶାହାଙ୍କୁ ବିମାନ ବନ୍ଦରରେ ବହୁ ବିଜେପି ନେତୃବୃନ୍ଦ ସ୍ବାଗତ କରିଥିଲେ। ସେଠାରେ ଶ୍ରୀ ଶାହାଙ୍କୁ ବିପୁଳ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା। ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସହ ବହୁ ବିଜେପିର ବରିଷ୍ଠ ନେତା ଉପସ୍ଥିତ ଥିଲେ ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories