www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବନ୍ୟାଞ୍ଚଳ ପରିଦର୍ଶନ କରିବେ ବୋଲି ସୂଚନା ମିଳିଛି । ଅପରାହ୍ଣ ସାଢେ ୩ଟାରେ ବନ୍ୟାରେ ପ୍ରଭାବିତ ହୋଇଥିବା ଜିଲ୍ଲା ଗୁଡ଼ିକୁ ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ଅନୁଧ୍ୟାନ କରିବେ ।  ଖୋର୍ଦ୍ଧା, ପୁରୀ, କଟକ  ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳକୁ ଆକାଶ ମାର୍ଗରୁ ଅନୁଧ୍ୟାନ କରିବେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀଙ୍କ ସହିତ ୫-ଟି ସଚିବ ଶ୍ରୀ ଭି.କେ ପାଣ୍ଡିଆନ ମଧ୍ୟ ବନ୍ୟାଞ୍ଚଳ ବୁଲି ଦେଖିବେ ।

ଗତ କିଛି ଦିନର ଲଗାଣ ବର୍ଷା ପରେ ନଦୀରେ ପାଣି ବଢ଼ିବାରୁ ରାଜ୍ୟରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ବିଶେଷକରି ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଭଦ୍ରକ ଓ କେନ୍ଦ୍ରାପଡ଼ା ପରି ଜିଲ୍ଲାର ତଳିଆ ଅଞ୍ଚଳ ବିଶେଷ ପ୍ରଭାବିତ ହୋଇଛି । ଲୋକ ମାନେ ଗତ ୨ରୁ ୩ଦିନ ହେବ ବନ୍ୟାପାଣିରେ ଫଶି ରହିଛନ୍ତି । କିଛି ସ୍ଥାନ ଏବେ ବି ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି । ହେଲେ ସବୁଠାରୁ ଆଶ୍ବସ୍ତି କର କଥା ହେଉଛି ରାଜ୍ୟର ପ୍ରାୟ ସମସ୍ତ ନଦୀରେ ଆଜି ଜଳସ୍ତର କମିଛି ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories