www.samajalive.in
Wednesday, December 10, 2025
23.1 C
Bhubaneswar

ବାଲେଶ୍ୱର ଜିଲ୍ଲାପାଳଙ୍କୁ ଏସଆରସି କ୍ଷମତା ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ବନ୍ୟା ପରିଚାଳନା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ୱତନ୍ତ୍ର ପଦକ୍ଷେପ ଗ୍ରହଣ କରିଛନ୍ତି । ବାଲେଶ୍ୱର ଜିଲ୍ଳାପାଳଙ୍କୁ ଏସଆରସି କ୍ଷମତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଆଗକୁ ବାଲେଶ୍ବର ଜିଲ୍ଳାରେ ବଡ଼ ଧରଣର ବନ୍ୟା ହେବା ନେଇ ଆଶଙ୍କା କରାଯାଉଛି ।  ସୁବର୍ଣ୍ଣରେଖା ନଦୀରେ ବଡ଼ ଧରଣର ବନ୍ୟା ଆସିବା ନେଇ ଏସଆରସି ପ୍ରଦୀପ ଜେନା କହିଛନ୍ତି । ଆଉ ବନ୍ୟା ଆସିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲ୍ଳାପାଳଙ୍କୁ ଏସଆରସି କ୍ଷମତା ପାଇଁ ନିର୍ଦେଶ ଦେଇଛନ୍ତି । ଏପରି ସମୟରେ ଅବଶ୍ୟକ ପଡ଼ିଲେ ଉଦ୍ଧାର ପାଇଁ ସ୍ବତନ୍ତ୍ର ହେଲିକପ୍ଟର ବ୍ୟବହାର କରିବାକୁ ନିର୍ଦେଶ ରହିଛି ।

ସୂଚନା ଥାଉକି ଗତ କିଛି ଘଣ୍ଟା ପୂର୍ବରୁ ଏସଆରସି ପ୍ରଦୀପ ଜେନା ମୟୂରଭଞ୍ଜ ଓ ବାଲେଶ୍ୱରରେ ବନ୍ୟା ନିଶ୍ଚିତ ହେବା ନେଇ ଗଣମାଧ୍ୟମକୁ ସୂଚନା ଦେଇଥିଲେ । ଏସଆରସିଙ୍କ କହିବା ଅନୁଯାୟୀ ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝରରେ ପ୍ରବଳ ବର୍ଷା ହୋଇଛି । ଝାଡ଼ଖଣ୍ଡରେ ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଛି । ତେଣୁ ସୁବର୍ଣ୍ଣରେଖା ଅବବାହିକାରେ ନିଶ୍ଚିତ ବନ୍ୟା ହେବ ବୋଲି ସେ କହିଥିଲେ । ବର୍ତ୍ତମାନ ଗାଲୁଡିହି ବ୍ୟାରେଜରେ ୧୬ଟି ଗେଟ୍‌ ଖୋଲା ରହିଛି । ଫଳରେ ପ୍ରାୟ ୫ଲକ୍ଷ କ୍ୟୁସେକ୍‌ ବନ୍ୟାପାଣି ଆସୁଛି । ତେଣୁ ଏହି ଜିଲ୍ଳାରେ ବନ୍ୟାର ପ୍ରକୋପ ଟିକେ ଅଧିକ ରହିବ ବୋଲି ଏସଆରସି କହିଛନ୍ତି । ତାହାଛଡ଼ା ବନ୍ୟା ପାଇଁ ପ୍ରଶାସନ ପକ୍ଷରୁ ସମସ୍ତ ପଦକ୍ଷେପ ନିଆଯାଇଥିବା ବେଳେ, ୫୮ଟି ଅତିରିକ୍ତ ରେସ୍କ୍ୟୁ ଟିମ୍‌ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାକୁ ପଠାଯାଇଛି ବୋଲି ସେ ତାଙ୍କ ସୂଚନାରେ କହିଥିଲେ ।

Hot this week

ଜେଲ୍‌ ଅଛି ତ ବେଲ୍‌ ଅଛି

କଥା କଥାକେ ଆମ ସମାଜରେ ଅସାମାଜିକ ଲୋକଙ୍କ ମୁହଁରେ ଏହି ବାକ୍ୟ...

ବିପୁଳ ମାଓ ସାମଗ୍ରୀ ଠାବ

ବାଲିଗୁଡା : ବାଲିଗୁଡା ବିଏସ୍‌ଏଫ୍ ଯବାନଙ୍କୁ ବଡ ସଫଳତା ମିଳିଛି। ବଡ଼ଧରଣର...

ଚିନ୍ତାକଳ୍ପ : ଦୃଷ୍ଟିକୋଣ

ଦୃଷ୍ଟିକୋଣ (ଆଭିମୁଖ୍ୟ)ରେ ପରିବର୍ତ୍ତନ ସବୁଠାରୁ ବଡ଼ ପରିବର୍ତ୍ତନ ବୋଲି କୁହାଯାଇଥାଏ। ଆପଣାର...

ସମ୍ପାଦକୀୟ : ଭୂମିକମ୍ପ ବିପତ୍ତି

ଭାରତର ସହରାଞ୍ଚଳ ପାଇଁ ସତର୍କ ଘଣ୍ଟି ଜାପାନରେ ଗତ ୮ ତାରିଖ ଦିନ...

ସମ୍ପାଦକୀୟ : ଯଥା ପୂର୍ବଂ, ତଥା ପରମ୍‌

ସରକାର ବଦଳିଲେ ଧାରା ବଦଳୁ ନାହିଁ ନଭେମ୍ବର ୨୭ରେ ଭାରତର ରାଷ୍ଟ୍ରପତିଙ୍କ ଅଭିଭାଷଣରୁ...

Related Articles

Popular Categories