ସାରା ରାଜ୍ୟରେ ପ୍ରବଳ ବର୍ଷିବ : ୪ ଜିଲାକୁ ରେଡ ଓ ୯ ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ବାଂଲାଦେଶ ଉପକୂଳ ଅତିକ୍ରମ କରିଛି ଗଭୀର ଅବପାତ । ପଶ୍ଚିମ- ଉତ୍ତର ପଶ୍ଚିମ ଦିଗରେ ଏହା ଘଣ୍ଟା ପ୍ରତି ୨୭ କିଲୋମିଟର ବେଗରେ ଗତି କରୁଛି ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ଆଜି ଏହା ଦୁର୍ବଳ ହୋଇ ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ସହିତ ଘଣ୍ଟା ପ୍ରତି ୫୫ରୁ ୬୫ କିଲୋମିଟର ବେଗରେ ପବନ ବହିବ। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ କାରଣରୁ ସନ୍ଧ୍ୟା ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ପ୍ରବଳ ବର୍ଷା ନେଇ ୪ଟି ଜିଲାକୁ ରେଡ ଆଲର୍ଟ ଓ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୯ ଜିଲା ଦେବଗଡ଼, ଅନୁଗୁଳ, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ ଓ ସମ୍ବଲପୁରରେ ଅତିଭୀଷଣ ବର୍ଷା ସମ୍ଭାବନା ରହିଛି ।

Comments are closed.