www.samajalive.in
Saturday, December 6, 2025
17.1 C
Bhubaneswar

ଆମେରିକା ରାଜନୀତି: ରାଷ୍ଟ୍ରପତି ଦୌଡ଼ରୁ ଓହରିଲେ ବାଇଡେନ, କମଳା ହାରିସ୍ ହୋଇପାରନ୍ତି ପ୍ରାର୍ଥୀ

ୱାଶିଂଟନ : ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରୁ ଡେମୋକ୍ରାଟ ପ୍ରାର୍ଥୀ ଜୋ ବାଇଡେନ ଓହରି ଯାଇଛନ୍ତି। ତାଙ୍କ ସ୍ଥାନରେ ବର୍ତ୍ତମାନର ଉପରାଷ୍ଟ୍ରପତି କମଳା ହାରିସ୍‌ଙ୍କୁ ଦଳ ପକ୍ଷରୁ ପ୍ରାର୍ଥୀ କରିବାକୁ ବାଇଡେନ ପ୍ରସ୍ତାବ ଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଓ ଅନ୍ୟାନ୍ୟ କାରଣକୁ ନେଇ ବାଇଡେନ ତୀବ୍ର ସମାଲୋଚିତ ହୋଇଥିଲେ। ଦଳର ଅନ୍ୟତମ ସଦସ୍ୟ ତଥା ପୂର୍ବତନ ରାଷ୍ଟ୍ରପତି ବରାକ ଓବାମା ପରୋକ୍ଷରେ ବାଇଡେନଙ୍କୁ ନିର୍ବାଚନରୁ ଓହରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ବାଇଡେନ ଦେଶ ଓ ଦଳର ସ୍ବାର୍ଥ ପାଇଁ ନିର୍ବାଚନରୁ ଓହରିଯାଇଥିବା ସମ୍ପର୍କରେ ଘୋଷଣା କରିଛନ୍ତି। ସୋସିଆଲ ଏକ୍ସରେ ବାଇଡେନ ଲେଖିଛନ୍ତି ଯେ ଦେଶର ସ୍ବାର୍ଥ ଦୃଷ୍ଟିରୁ ମୁଁ ରାଷ୍ଟ୍ରପତି ନିର୍ବାଚନ ଦୌଡରୁ ଓହରିଯାଉଛି। ଆଗାମୀ ଦିନରେ ମୁଁ ରାଷ୍ଟ୍ରପତି ଭାବେ ମୋର ଅବଶିଷ୍ଟ ଅବଧି କାର୍ଯ୍ୟ କରିବା ଉପରେ ଗୁରୁତ୍ବ ଦେବି। ଆମେରିକାର ରାଷ୍ଟ୍ରପତି ଭାବେ କାର୍ଯ୍ୟ କରିବା ମୋ ପାଇଁ ବଡ ସମ୍ମାନର ବିଷୟ। ୨୦୨୦ରେ ବାଇଡେନ ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ। ଏହି ନିର୍ବାଚନରେ ସେ ରିପବ୍ଲିକାନ ପାର୍ଟି ପ୍ରାର୍ଥ ଡୋନାଲ୍ଡ ଟ୍ରମ୍ପଙ୍କୁ ପରାସ୍ତ କରିଥିଲେ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories