www.samajalive.in
Friday, December 12, 2025
14.1 C
Bhubaneswar

ଆମେରିକା ରାଜନୀତି: ରାଷ୍ଟ୍ରପତି ଦୌଡ଼ରୁ ଓହରିଲେ ବାଇଡେନ, କମଳା ହାରିସ୍ ହୋଇପାରନ୍ତି ପ୍ରାର୍ଥୀ

ୱାଶିଂଟନ : ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରୁ ଡେମୋକ୍ରାଟ ପ୍ରାର୍ଥୀ ଜୋ ବାଇଡେନ ଓହରି ଯାଇଛନ୍ତି। ତାଙ୍କ ସ୍ଥାନରେ ବର୍ତ୍ତମାନର ଉପରାଷ୍ଟ୍ରପତି କମଳା ହାରିସ୍‌ଙ୍କୁ ଦଳ ପକ୍ଷରୁ ପ୍ରାର୍ଥୀ କରିବାକୁ ବାଇଡେନ ପ୍ରସ୍ତାବ ଦେଇଛନ୍ତି। ସ୍ବାସ୍ଥ୍ୟଗତ ସମସ୍ୟା ଓ ଅନ୍ୟାନ୍ୟ କାରଣକୁ ନେଇ ବାଇଡେନ ତୀବ୍ର ସମାଲୋଚିତ ହୋଇଥିଲେ। ଦଳର ଅନ୍ୟତମ ସଦସ୍ୟ ତଥା ପୂର୍ବତନ ରାଷ୍ଟ୍ରପତି ବରାକ ଓବାମା ପରୋକ୍ଷରେ ବାଇଡେନଙ୍କୁ ନିର୍ବାଚନରୁ ଓହରିବା ପାଇଁ ପରାମର୍ଶ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ବାଇଡେନ ଦେଶ ଓ ଦଳର ସ୍ବାର୍ଥ ପାଇଁ ନିର୍ବାଚନରୁ ଓହରିଯାଇଥିବା ସମ୍ପର୍କରେ ଘୋଷଣା କରିଛନ୍ତି। ସୋସିଆଲ ଏକ୍ସରେ ବାଇଡେନ ଲେଖିଛନ୍ତି ଯେ ଦେଶର ସ୍ବାର୍ଥ ଦୃଷ୍ଟିରୁ ମୁଁ ରାଷ୍ଟ୍ରପତି ନିର୍ବାଚନ ଦୌଡରୁ ଓହରିଯାଉଛି। ଆଗାମୀ ଦିନରେ ମୁଁ ରାଷ୍ଟ୍ରପତି ଭାବେ ମୋର ଅବଶିଷ୍ଟ ଅବଧି କାର୍ଯ୍ୟ କରିବା ଉପରେ ଗୁରୁତ୍ବ ଦେବି। ଆମେରିକାର ରାଷ୍ଟ୍ରପତି ଭାବେ କାର୍ଯ୍ୟ କରିବା ମୋ ପାଇଁ ବଡ ସମ୍ମାନର ବିଷୟ। ୨୦୨୦ରେ ବାଇଡେନ ଆମେରିକାର ୪୬ ତମ ରାଷ୍ଟ୍ରପତି ଭାବେ ନିର୍ବାଚିତ ହୋଇଥିଲେ। ଏହି ନିର୍ବାଚନରେ ସେ ରିପବ୍ଲିକାନ ପାର୍ଟି ପ୍ରାର୍ଥ ଡୋନାଲ୍ଡ ଟ୍ରମ୍ପଙ୍କୁ ପରାସ୍ତ କରିଥିଲେ।

Hot this week

ସାମାନ୍ୟ କମିଲା ସୁନାଦର

ନୂଆଦିଲ୍ଲୀ-ଭାରତରେ ସୁନା ମୂଲ୍ୟ ହ୍ରାସ ପାଇଛି। ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ସୁନାର...

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

Related Articles

Popular Categories