www.samajalive.in
Saturday, December 6, 2025
23.1 C
Bhubaneswar

ସୁପ୍ରିମକୋର୍ଟଙ୍କ ଗୁରୁତ୍ଵପୂର୍ଣ୍ଣ ରାୟ- ଛାଡ଼ପତ୍ର ପରେ ପୂର୍ବ ସ୍ଵାମୀଙ୍କଠାରୁ ଭରଣପୋଷଣ ଦାବି କରିପାରିବେ ମୁସଲମାନ ମହିଳା

ନୂଆଦିଲ୍ଲୀ: ବୁଧବାର ସୁପ୍ରିମକୋର୍ଟ ଏକ ଗୁରୁତ୍ଵପୂର୍ଣ୍ଣ ରାୟ ଦେଇଛନ୍ତି। ଛାଡ଼ପତ୍ର ପରେ ମୁସଲମାନ ମହିଳା ପୂର୍ବସ୍ଵାମୀଙ୍କଠାରୁ ଭରଣପୋଷଣ ଦାବି କରିପାରିବେ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ସିଆରପିସିର ଧାରା ୧୨୫ ଅନୁସାରେ ମହିଳା କୋର୍ଟରେ ମାମଲା ଦାୟର କରିପାରିବେ ବୋଲି ବିଚାରପତି ବି.ଭି. ନାଗାରତ୍ନ ଏବଂ ବିଚାରପତି ଅଗଷ୍ଟିନ ଜର୍ଜ ମାଶିହଙ୍କୁ ନେଇ ଗଠିତ ୨ ଜଣିଆ ଖଣ୍ଡପୀଠ ନିଜ ରାୟରେ ପ୍ରକାଶ କରିଛନ୍ତି।

ମିଳିଥିବା ସୂଚନା ଅନୁସାରେ, ତେଲେଙ୍ଗାନା ହାଇକୋର୍ଟ ନିକଟରେ ଜଣେ ମୁସଲମାନ ବ୍ୟକ୍ତିଙ୍କୁ ମଧ୍ୟବର୍ତ୍ତିକାଳୀନ ଭରଣପୋଷଣ ବାବଦରେ ପୂର୍ବ ସ୍ତ୍ରୀଙ୍କୁ ୧୦ ହଜାର ଟଙ୍କା ଦେବା ଲାଗି ନିର୍ଦେଶ ଦେଇଥିଲେ। ବ୍ୟକ୍ତି ଜଣକ ହାଇକୋର୍ଟଙ୍କ ଉକ୍ତ ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ ପିଟିସନ ଦାୟର କରିଥିଲେ। ବୁଧବାର ସୁପ୍ରିମକୋର୍ଟଙ୍କ ୨ଜଣିଆ ଖଣ୍ଡପୀଠ ଏହାର ଶୁଣାଣି କରିଥିଲେ। ଖଣ୍ଡପୀଠ ହାଇକୋର୍ଟଙ୍କ ରାୟକୁ ସମର୍ଥନ କରିବା ସହିତ ଉପରୋକ୍ତ ରାୟ ଶୁଣାଇଛନ୍ତି। ମହିଳାମାନେ ଯେକୌଣସି ଧର୍ମର ହୁଅନ୍ତୁ ନାଁ କାହିଁକି, ଏହା ସମସ୍ତ ମହିଳାଙ୍କ ଆଇନଗତ ଅଧିକାର ବୋଲି ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି।

Hot this week

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

Related Articles

Popular Categories