www.samajalive.in
Monday, December 8, 2025
14.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ସଫା: ୨ ଯବାନ ଶହୀଦ, ଦୁଇ ଗୁରୁତର

ବିଜାପୁର: ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା। ଛତିଶଗଡ଼ର ବିଜାପୁର ଜାତୀୟ ଉଦ୍ୟାନ ଅଞ୍ଚଳରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୩୧ ମାଓବାଦୀ ନିପାତ ହୋଇଛନ୍ତି। ରବିବାର ସକାଳୁ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଆରମ୍ଭ ହୋଇଥିବାବେଳେ ପ୍ରଥମେ ସୁରକ୍ଷାକର୍ମୀଙ୍କ ଗୁଳିରେ ୧୨ଜଣ ମାଓବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଥିଲା। ବର୍ତ୍ତମାନ ମୃତ୍ୟୁ ସଂଖ୍ୟା ୩୧କୁ ବୃଦ୍ଧି ପାଇଛି ଏବଂ ଏହି ସଂଖ୍ୟା ଆହୁରି ବଢିପାରେ ବୋଲି ବସ୍ତର ଆଇଜିପି ସୁରନ୍ଦ ରାଜ୍‌ ସୂଚନା ଦେଇଛନ୍ତି। ଅଞ୍ଚଳରେ ଆହୁରି ଅଧିକ ମାଓବାଦୀ ଲୁଚି ରହିଥିବା ସନ୍ଦେହ କରି ସୁରକ୍ଷାକର୍ମୀଙ୍କ ସର୍ଚ୍ଚ ଅପରେସନ ଜାରି ରହିଛି। ଅପରପକ୍ଷେ ଏହି ଗୁଳି ବିନିମୟରେ ୨ ଜଣ ଯବାନ ଶହୀଦ ହୋଇଛନ୍ତି। ଏଥିସହ ଦୁଇ ଯବାନ ଗୁୁରୁତର ଭାବେ ଆହତ ହୋଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories