www.samajalive.in
Sunday, December 7, 2025
16.1 C
Bhubaneswar

ଟ୍ରକ – କ୍ରୁଜର ଧକ୍କା ; ୧୧ ମୃତ, ୭ ଗୁରୁତର

ରାଜସ୍ଥାନ : ରାଜସ୍ଥାନର ନାଗୋରରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସକାଳ ସମୟରେ ଏକ ଟ୍ରକ ଓ କ୍ରୁଜର ଗାଡି ଧକ୍କା ହୋଇ ୧୧ ଜଣଙ୍କ ଜୀବନ ଚାଲିଯାଇଛି। ଏହାସହ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତକ ମଧ୍ୟପ୍ରଦେଶର ଉଜୈନ ଜିଲା ଅନ୍ତର୍ଗତ ଏକ ଗ୍ରାମର ବୋଲି ଜଣାପଡିଛି। ମୃତକଙ୍କ ମଧ୍ୟରେ ୮ ଜଣ ମହିଳା ଥିବା ବେଳେ ୩ ଜଣ ପୁରୁଷ ରହିଛନ୍ତି।
ସୂଚନା ଯୋଗ୍ୟ, ଉକ୍ତ କ୍ରୁଜରରେ ୧୮ ଜଣ ଯାତ୍ରା କରୁଥିଲେ। ସମସ୍ତେ ଏକ ଦର୍ଶନୀୟ ସ୍ଥାନକୁ ଯାଉଥିଲେ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି। ଉକ୍ତ ସ୍ଥାନକୁ ଯାଉଥିବା ସମୟରେ ନାଗୋରରୁ ନୋଖା ଆଡକୁ ଯାଉଥିବା ଟ୍ରକଟି ସହ କ୍ରୁଜର ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ହସ୍ପିଟାଲ ଯିବା ବାଟରେ ଅନ୍ୟ ୩ ଜଣଙ୍କ ମୃତ୍ୟୁ ହୋଇଥିଲା।
ଏହି ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ ଗୁରୁତରଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories