www.samajalive.in
Sunday, December 7, 2025
18.1 C
Bhubaneswar

ବିଜେପିରେ ଯୋଗଦେଲେ ଆପର ଦୁଇ ନେତା

ନୂଆଦିଲ୍ଲୀ : ବିଧାନସଭା ନିର୍ବାଚନ ପୂର୍ବରୁ ଆମ ଆଦମୀ ପାର୍ଟି (ଆପ)କୁ ଏକ ବଡ଼ ଝଟକା ଲାଗିଛି। ଆମ ଆଦମୀ ପାର୍ଟିର ଦୁଇ ନେତା ଦଳତ୍ୟାଗ କରି ମଙ୍ଗଳବାର ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗଦେଇଛନ୍ତି। ଆପ ଚିକିତ୍ସକ ପ୍ରକୋଷ୍ଠର ଅଧ୍ୟକ୍ଷ ତଥା ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଡ. ସରଦାର ଖାନ ଏବଂ ଚାନ୍ଦିନୀ ଚୌକ ଲୋକସଭାର ସାଧାରଣ ସମ୍ପାଦକ ତଥା ଶାକୁରବସ୍ତି ବିଧାନସଭାର କୋଷାଧ୍ୟକ୍ଷ ଗୌରବ ଚୌହାନ ନିଜ ସମର୍ଥକଙ୍କ ସହ ବିଜେପିରେ ଯୋଗଦେଇଛନ୍ତ। ଦିଲ୍ଲୀ ବିଜେପି କାର୍ଯ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ସରଦାର ଏବଂ ଗୌରବ ବିଜେପିର ସଦସ୍ୟତା ଗ୍ରହଣ କରିଥିଲେ। ଦିଲ୍ଲୀ ବିଜେପି ଅଧ୍ୟକ୍ଷ ମନୋଜ ତିୱାରୀ ଓ ଅନ୍ୟ ବରିଷ୍ଠ ନେତାମାନେ ସେମାନଙ୍କୁ ସ୍ୱାଗତ କରିଥିଲେ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନୀତି ଓ କାର୍ଯ୍ୟରେ ପ୍ରଭାବିତ ହୋଇ ଆପର ଦୁଇ ନେତା ଦଳ ତ୍ୟାଗ କରି ବିଜେପିରେ ଯୋଗଦେଇଛନ୍ତି ବୋଲି ମନୋଜ ତିୱାରୀ କହିଛନ୍ତି।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories