www.samajalive.in
Monday, December 15, 2025
26.1 C
Bhubaneswar

ଯୁବତୀ ଜିଅନ୍ତା ଜଳିଯିବା ଘଟଣା; ବନ୍ଧା ହେଲେ ପୁରୁଷ ବନ୍ଧୁ  

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ପଟ୍ଟାମୁଣ୍ଡାଇରେ ଯୁବତୀ ଜିଅନ୍ତା ଜଳିଯିବା ଘଟଣାରେ ଗିରଫ ହୋଇଛନ୍ତି ପୁରୁଷ ବନ୍ଧୁ। ଯୁବତୀଙ୍କ ପୁରୁଷ ବନ୍ଧୁ ପ୍ରମୋଦ ବେହେରାଙ୍କୁ ଚେନ୍ନାଇରୁ ଗିରଫ କରି ଓଡ଼ିଶା ଆଣୁଛି ପୁଲିସ । ସଂପୃକ୍ତ ଯୁବକଙ୍କ ନାଁରେ ବ୍ଲାକମେଲିଂ ନେଇ ଅଭିଯୋଗ ହୋଇଛି । ଘଟଣାରେ ତଦନ୍ତ ଜାରି ରହିଥିବା ବେଳେ ଆଜି କାଠିଆପଡା ଗାଁକୁ ଯିବ ଫରେନସିକ୍‍ ଟିମ୍‍ । କେନ୍ଦ୍ରାପଡା ଏସପିଙ୍କ ଉପସ୍ଥିତିରେ ତଦନ୍ତ କରିବାକୁ ଯିବେ । ଏହାପେର ଖୁବଶୀଘ୍ର ଯୁବତୀଙ୍କ ମୃତ୍ୟୁର ରହସ୍ୟ ଖୋଲିବ ବୋଲି କୁହାଯାଉଛି । ଗତକାଲି ଯୁବତୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି ।

ଅପରପକ୍ଷରେ ଜଣେ ପୁଲିସ ଅଧିକାରୀ କହିଛନ୍ତି, ଛାତ୍ରୀଙ୍କ ଘରୁ ପୁଲିସ ଯେଉଁ ମୋବାଇଲ ଫୋନ ଜବତ କରିଛି ତାହାର ଫରେନସିକ ଟେଷ୍ଟ ହେଲେ ବହୁ ତଥ୍ୟ ମିଳିପାରିବ। ଛାତ୍ରୀଙ୍କ ପୁରୁଷ ବନ୍ଧୁ କେଉଁ ସବୁ ଫଟୋ ଓ ଭିଡିଓ ରଖି ତାଙ୍କୁ ବ୍ଲାକ ମେଲିଂ କରୁଥିଲା ଓ ଫୋନରେ କି ପ୍ରକାର ଧମକଚମକ ଦେଉଥିଲା ତାହା ମଧ୍ୟ ଜଣାପଡ଼ିବ। ସେହିପରି ମୃତ ଛାତ୍ରୀଙ୍କ ଗ୍ରାମର ଜଣେ ବୟୋଜ୍ୟେଷ୍ଠ ବ୍ୟକ୍ତି ପ୍ରକାଶ କରିଛନ୍ତି, ପୀଡ଼ିତାଙ୍କ ମୋବାଇଲ ଯାଞ୍ଚ କରାଗଲେ ଓ ତାଙ୍କ ପୁରୁଷ ବନ୍ଧୁଙ୍କ ମୋବାଇଲକୁ ଟ୍ରାକ କରାଯାଇପାରିଲେ ଘଟଣା ପଛର ଅନେକ ରହସ୍ୟ ଉନ୍ମୋଚନ ହୋଇପାରିବ।

Hot this week

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

Related Articles

Popular Categories