www.samajalive.in
Sunday, December 7, 2025
13.1 C
Bhubaneswar

ବିହାର ମତଦାନର ତୃତୀୟ ପର୍ଯ୍ୟାୟ, ଅପରାହ୍ନ ୬ଟା ସୁଦ୍ଧା ୫୫.୭୩ ପ୍ରତିଶତ ମତଦାନ

ବିହାର ବିଧାନସଭାର ତୃତୀୟ ତଥା ଅନ୍ତିମ ପର୍ଯ୍ୟାୟରେ ସନ୍ଧ୍ୟା ୬ଟା ସୁଦ୍ଧା ୫୫.୭୩ ପ୍ରତିଶତ ଭୋଟର ମତଦାନ କରିଥିବା ଜଣାପଡିଛି। ଆଜି ୭୮ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମତଦାନର ପ୍ରକ୍ରିୟା ଜାରି ରହିଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ମତଦାନ ୫୨.୮୦ ପ୍ରତିଶତ ଥିଲା। ଏହି ପର୍ଯ୍ୟାୟରେ ୧ ହଜାର ୨୦୪ ଜଣ ପ୍ରାର୍ଥୀଙ୍କ ରାଜନୈତିକ ଭବିଷ୍ୟତ ନିର୍ଦ୍ଧାରଣ କରାଯିବ। ସନ୍ଧ୍ୟା ୬ଟା ସୁଦ୍ଧା କିଶନଗଞ୍ଜ ଜିଲ୍ଲାରେ ସର୍ବାଧିକ ୫୯.୯୯ ପ୍ରତିଶତ ଓ ବୈଶାଳୀରେ ୪୯.୯୭ ପ୍ରତିଶତ ମତଦାନ ରେକର୍ଡ କରାଯାଇଛି। ପ୍ରଥମ ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ଅକ୍ଟୋବର ୨୮ ଏବଂ ନଭେମ୍ବର ୩ରେ ୭୧ଟି ଏବଂ ୯୪ଟି ନିର୍ବାଚନ ମଣ୍ଡଳୀ ପାଇଁ ମତଦାନ କରାଯାଇଥିଲା। ଭୋଟ୍ ଗଣନା ନଭେମ୍ବର ୧୦ରେ ହେବ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories