www.samajalive.in
Friday, December 5, 2025
17.1 C
Bhubaneswar

ବିହାର ନିର୍ବାଚନ ପାଇଁ ବିଜେପିର ବଡ ଘୋଷଣା; ଧର୍ମେନ୍ଦ୍ର ପ୍ରଧାନ ହେଲେ . . .

ସମାଜ ଡିଜିଟାଲ ଡେସ୍କ: ବିହାର ନିର୍ବାଚନ ପାଇଁ ପ୍ରସ୍ତୁତି ଜୋରଦାର କରିଛି ବିଜେପି । ବିହାର ସମେତ ତିନୋଟି ରାଜ୍ୟ ପାଇଁ ନିର୍ବାଚନ ପ୍ରଭାରୀ ଏବଂ ସହ ମୁଖପାତ୍ର ନିଯୁକ୍ତ କରିଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିହାର ନିର୍ବାଚନ ପାଇଁ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ଏହାସହିତ ସି.ଆର ପାଟିଲଙ୍କୁ ସହ ମୁଖପାତ୍ର ଏବଂ ୟୁପି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ସହ ପ୍ରଭାବରୀ ନିଯୁକ୍ତି ଦେଇଛି ଦଳ ।
ବିଜେପି ରାଷ୍ଟ୍ରୀୟ ମହାସଚିବ ଅରୁଣ ସିଂହ ଆଜି ଏକ ଚିଠି ଜାରି କରି ନୂତନ ପଦାଧିକାରୀଙ୍କୁ ତୁରନ୍ତ ନିଯୁକ୍ତି ଦେବାକୁ ନିର୍ଦେଶ ଦେଇଥିଲେ । ବିହାର ନିର୍ବାଚନ ବ୍ୟତୀତ ବିଜେପି ପଶ୍ଚିମବଙ୍ଗ ଏବଂ ତାମିଲନାଡୁ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି । ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପାଇଁ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବଙ୍କୁ ନିର୍ବାଚନ ପ୍ରଭାରୀ ନିଯୁକ୍ତ କରାଯାଇଛି । ସାଂସଦ ବିପ୍ଳବ ଦେବଙ୍କୁ ସହ-ପ୍ରଭାରୀ ନିଯୁକ୍ତ କରାଯାଇଥିବା ବେଳେ ତାମିଲନାଡୁ ବିଧାନସଭା ନିର୍ବାଚନ ପାଇଁ ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ନିର୍ବାଚନ ପ୍ରଭାରୀ ଭାବେ ନିଯୁକ୍ତ କରାଯାଇଛି । ରାଜ୍ୟମନ୍ତ୍ରୀ ମୁରଲୀଧର ମାହୋଲଙ୍କୁ ସହ ପ୍ରଭାରୀ ଭାବେ ନିଯୁକ୍ତ କରିଛି ଦଳ ।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

Related Articles

Popular Categories