www.samajalive.in
Saturday, December 6, 2025
16.1 C
Bhubaneswar

ବିହାରରେ ମର୍ମନ୍ତୁଦ ଦୁର୍ଘଟଣା: ୩ଶିଶୁଙ୍କ ସମେତ ୭ଜଣଙ୍କ ମୃତ୍ୟୁ

ପାଟଣା: ବିହାରର ଖଗାଡିଆରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କାର୍ ଓ ଟ୍ରାକ୍ଟର ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଅକାଳରେ ୩ଶିଶୁଙ୍କ ସମେତ ୭ଜଣଙ୍କ ଜୀବନ ଚାଲିଯାଇଛି। ସୂଚନା ଅନୁସାରେ, ବିହାରର ଚୌଥମ ପ୍ରଖଣ୍ଡ ଅଞ୍ଚଳରେ ଏକ ବିବାହ କାର୍ଯ୍ୟରେ ଯୋଗଦେଇ ବରଯାତ୍ରୀ ମାନେ ଏକ କାର ଯୋଗେ ଫେରୁଥିଲେ । ଏତିକି ବେଳେ ଏନଏଚ-୩୧ ରେ ସାମ୍ନାରୁ ଆସୁଥିବା ଏକ ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ କାରରେ ବସିଥିବା ୭ଜଣଙ୍କର ମୃତ୍ୟୁ ଘଟିଥିଲା। ମୃତକଙ୍କ ମଧ୍ୟରେ ୩ଜଣ ଶିଶୁ ଥିବା ଜଣାପଡିଛି। ଏଥିରେ ୪ ଜଣ ଗୁରୁତର ଆହତ ମଧ୍ୟ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ସେପଟେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନଥିବାବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

 

- Advertisement -

 

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories