ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ହୋଇଥିବା ମତଦାନର ଭୋଟ ଗଣତି ଆରମ୍ଭ ହୋଇଛି । ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରାରମ୍ଭିକ ପର୍ଯ୍ୟାୟରେ ଏନଡିଏ ୨୧ଟି ସିଟରେ ଆଗୁଆ ରହିଥିବା ବେଳେ ମହାଗଠବନ୍ଧନ ୧୧ଟି ସିଟରେ ରହିଛି । ତେଜପ୍ରତାପ ଯାଦବ, ତେଜସ୍ୱୀ ଯାଦବ, ମୈଥିଲି ଠାକୁର, ଶତ୍ରୁଘ୍ନ ଯାଦବ ପ୍ରମୁଖ ଚେହେରା ଆଗୁଆ ରହିଛନ୍ତି । ୨୪୩ଟି ଆସନ ପାଇଁ ଦୁଇଟି ପର୍ଯ୍ୟାୟରେ ଭୋଟ ଗ୍ରହଣ ହୋଇଥିଲା । ଦୁଇଟି ପର୍ଯ୍ୟାୟରେ ୬୬.୯୧ ପ୍ରତିଶତ ମତଦାନ ହୋଇଥିଲା ।



