www.samajalive.in
Saturday, December 6, 2025
26.1 C
Bhubaneswar

ବିଜୟ ପଟ୍ଟନାୟକ ହେଲେ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ

ଡେସ୍କ : କଂଗ୍ରେସରେ ଯୋଗ ଦେଇଥିବା ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ବିଜୟ ପଟ୍ଟନାୟକଙ୍କୁ ବଡ଼ ଦାୟିତ୍ବ ମିଳିଛି । ତାଙ୍କୁ ରାଜ୍ୟ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ଦାୟିତ୍ୱ ମିଳିଛି। ଏନେଇ ଏଆଇସିସି ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ପ୍ରକାଶ ପାଇଛି।

ସେହିପରି ରାଜ୍ୟ କଂଗ୍ରେସର ୨୭ ଜଣିଆ ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି। କମିଟିରେ ପ୍ରଭାରୀ ଚେଲ୍ଲା କୁମାର, ପିସିସି ସଭାପତି ଶରତ ପଟ୍ଟନାୟକ ନରସିଂହ ମିଶ୍ର, ନିରଞ୍ଜନ ପଟ୍ଟନାୟକ, ଜୟଦେବ ଜେନା, ପ୍ରସାଦ ହରିଚନ୍ଦନ, ଭକ୍ତ ଦାସ, ବିଧାୟକ ତାରା ପ୍ରସାଦ ବାହିନୀପତି ପ୍ରମୁଖଙ୍କୁ ସ୍ଥାନିତ କରାଯାଇଛି । ସେହିପରି ରାମଚନ୍ଦ୍ର ଖୁଣ୍ଟିଆ, ସୁଶିଳା ତିରିଆ, ବିଜୟ ପଟ୍ଟନାୟକ (ବି) ଚିରଞ୍ଜୀବ ବିଶ୍ବାଳ , ପଞ୍ଚାନନ କାନୁନଗୋ, ସାଂସଦ ସପ୍ତଗିରି ଉଲାକା , ବିଧାୟକ ସନ୍ତୋଷ ସିଂ ସାଲୁଜା ମଧ୍ୟ ସାମିଲ ହୋଇଛନ୍ତି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories