www.samajalive.in
Tuesday, December 9, 2025
23.1 C
Bhubaneswar

୨୫ରେ ବିଜେଡି ଯୁବ ଛାତ୍ର ସଂଗଠନର ଆନ୍ଦୋଳନ

ଭୁବନେଶ୍ୱର: ରାଜ୍ୟରେ ଛାତ୍ରୀମାନଙ୍କୁ ଅସଦାଚରଣ, ଦୁଷ୍କର୍ମ, ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବାବେଳେ ରାଜ୍ୟ ବିଜେପି ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ବୋଲି ଅଭିଯୋଗ କରିଛି ବିଜୁ ଯୁବ ଓ ଛାତ୍ର ଜନତା ଦଳ। ଏହାର ପ୍ରତିବାଦରେ ଜୁନ୍ ୨୫ ତାରିଖ ଦିନ ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନର ଡାକରା ଦେଇଛି ବିଜୁ ଯୁବ ଓ ଛାତ୍ର ଜନତା ଦଳ।

ସୋମବାର ଶଙ୍ଖ ଭବନଠାରେ ଆୟୋଜିତ ଏକ ସାମ୍ୱାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ସାଧାରଣ ସମ୍ପାଦକ ତଥା ବିଧାୟକ ବ୍ୟୋମକେଶ ରାୟ ଓ ପୂର୍ବତନ ଛାତ୍ର ସଭାପତି ତଥା ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ରାଜ୍ୟର ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ଏହାସହ ଜୁନ୍ ୨୫ ତାରିଖରେ ବିଜେଡି ତରଫରୁ ହେବାକୁ ଥିବା ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ ସମ୍ପର୍କରେ ସୂଚନା ଦେଇଛନ୍ତି।

- Advertisement -

ବ୍ୟୋମକେଶ ରାୟ କହିଛନ୍ତି, ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରଠାରୁ ରାଜ୍ୟର ଆଇନ ଶୃଙ୍ଖଳା ଦିନକୁ ଦିନ ବିପର୍ଯ୍ୟସ୍ତ ହୋଇପଡୁଛି। ଯୁବତୀମାନଙ୍କୁ ଅସଦାଚରଣ, ଦୁଷ୍କର୍ମ, ଅପହରଣ ଓ ହତ୍ୟା ଘଟଣା ପ୍ରତିଦିନ ଖବରକାଗଜରେ ଶିରୋନାମା ହେଉଛି। ଗୋପାଳପୁର ଭଳି ଏକ ପର୍ଯ୍ୟଟନସ୍ଥଳରେ ଜଣେ ଯୁବତୀଙ୍କ ପୁରୁଷ ବନ୍ଧୁଙ୍କୁ ଗଛରେ ବାନ୍ଧି ଦେଇ ତାଙ୍କ ସାମ୍ନାରେ ଯୁବତୀ ଜଣଙ୍କୁ ଗଣଦୁଷ୍କର୍ମ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀଙ୍କ ନିଜ ଜିଲ୍ଲା କେନ୍ଦୁଝରରେ ମଧ୍ୟ ଏକ ଦୁଃଖଦ ଘଟଣା ଘଟିଥିଲା। ରାଜ୍ୟରେ ପ୍ରତିଦିନ ପ୍ରାୟ ୧୫ ଜଣ ଯୁବତୀ ଦୁଷ୍କର୍ମର ଶିକାର ହେଉଛନ୍ତି। ରାଜ୍ୟରେ ଦିନକୁ ଦିନ ଏଭଳି ଘଟଣା ବୃଦ୍ଧି ପାଉଥିବାରୁ ଯୁବତୀମାନେ ନିଜକୁ ଅସୁରକ୍ଷିତ ମନେ କରୁଛନ୍ତି। ଦୁଃଖ ଓ ପରିତାପର ବିଷୟ ଏଭଳି ସମ୍ୱେଦନଶୀଳ ପ୍ରସଙ୍ଗରେ ରାଜ୍ୟ ସରକାର ନୀରବଦ୍ରଷ୍ଟା ସାଜିଛନ୍ତି ଓ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିକୁ ନିୟନ୍ତ୍ରଣରେ ରଖିବାରେ ସମ୍ପୂର୍ଣ୍ଣ ବିଫଳ ହୋଇଛନ୍ତି। ଆଇନ ଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ ହୋଇଥିବାବେଳେ ଓ ରାଜ୍ୟର ୧୧ଟି ଜିଲ୍ଲା ହଇଜା ଓ ଡାଇରିଆରେ କଲବଲ ହେଉଥିବାବେଳେ ରାଜ୍ୟ ବିଜେପି ସରକାର ଏକ ବର୍ଷ ପୂର୍ତ୍ତିର ଉତ୍ସବ ପାଳନ କରୁଛନ୍ତି। ରାଜ୍ୟ ସରକାରଙ୍କୁ ଚେତାଇ ଦେବା ଉଦ୍ଦେଶ୍ୟ ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ ଆୟୋଜିତ ହେବ ବୋଲି ସେ କହିଛନ୍ତି।

ଦେବୀ ରଞ୍ଜନ ତ୍ରିପାଠୀ କହିଛନ୍ତି, ଆସନ୍ତା ଜୁନ୍ ୨୫ ତାରିଖରେ ଏହି ରାଜ୍ୟବ୍ୟାପୀ ଛାତ୍ର ଆନ୍ଦୋଳନ କାର୍ଯ୍ୟକ୍ରମ ମାଧ୍ୟମରେ ଶ୍ରେଣୀ ବର୍ଜନ, କଳାବ୍ୟାଜ୍ ପରିଧାନ, ପିକେଟିଂ, କୁଶ ପୁତ୍ତଳିକା ଦାହ ଇତ୍ୟାଦି କାର୍ଯ୍ୟକ୍ରମ କରାଯିବ। ରାଜ୍ୟର ସମସ୍ତ କଲେଜଗୁଡ଼ିକରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Hot this week

ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା: ଆଜି ଗୁରୁତ୍ୱପୂର୍ଣ୍ଣ ବିଲ୍‌ ଉପସ୍ଥାପନ

ଭୁବନେଶ୍ୱର: ବଢିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା । ପୂର୍ବତନ ବିଧାୟକଙ୍କ...

ଜନଗଣନା ପାଇଁ ଜାନୁଆରୀ ୧୫ ସୁଦ୍ଧା ହେବେ କାର୍ଯ୍ୟକର୍ତ୍ତା ନିଯୁକ୍ତି

ସମାଜ ଲାଇଭ ଡ଼େସ୍କ : ୨୦୨୭ ଜନଗଣନା ପାଇଁ ଆଗାମୀ ଜାନୁଆରୀ...

ସ୍ମୃତି-ପଲାଶଙ୍କ କାହିଁକି ଭାଙ୍ଗିଲା ସମ୍ପର୍କ; ସାଥୀଙ୍କ ଏହି ଭୁଲକୁ ଝିଅମାନେ କେବେ କ୍ଷମା କରନ୍ତି ନାହିଁ

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପ-ଅଧିନାୟିକା ସ୍ମୃତି...

ନର୍ମାଲ ଡେଲିଭରୀ ପାଇଁ ସରକାରୀ ହସ୍ପିଟାଲ ବାଛନ୍ତୁ-ମନ୍ତ୍ରୀ

ଭୁବନେଶ୍ୱର: ଘରୋଇ ହସ୍ପିଟାଲରେ ଅଧିକ ହେଉଛି ସିଜେରିଆନ ଡେଲିଭରୀ । ଗତ...

ଫାଟିଲା ଗ୍ୟାସ ସିଲିଣ୍ଡର : ଅଳ୍ପକେ ବର୍ତ୍ତିଗଲେ ପରିବାର

ସମାଜ ଲାଇଭ ଡ଼େସ୍କ : ଦେବଗଡ଼ରେ ଫାଟିଲା ଗ୍ୟାସ ସିଲିଣ୍ଡର ।...

Related Articles

Popular Categories