www.samajalive.in
Sunday, December 7, 2025
26.1 C
Bhubaneswar

ଆରଏସ୍‌ବିୱାଇ ହିତାଧିକାରୀଙ୍କୁ ବିକେକେୱାଇ ଯୋଜନାରେ ମିଳିବ ସ୍ବାସ୍ଥ୍ୟ ସେବା

ଭୁବନେଶ୍ବର : ଜାନୁୟାରୀ ପହିଲାରୁ ରାଜ୍ୟରେ ଥିବା ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ବୀମା ଯୋଜନା ( ଆରଏସ୍‌ବିୱାଇ ) ଯୋଜନାରେ ସମସ୍ତ ୪୪,୦୮,୦୭୦ ହିତାଧିକାରୀ ବିଜୁ କୃଷକ କଲ୍ୟାଣ ଯୋଜନା ( ବିକେକେୱାଇ ) ରେ ସାମିଲ ହେବେ। ଏହି ସମସ୍ତ ହିତାଧିକାରୀ ବିକେକେୱାଇ ଷ୍ଟ୍ରିମ-୨ କାର୍ଡ ପାଇବା ସହିତ ପୂର୍ବ ଭଳି ଏକ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ପାଇବେ। ଏଥି ସହିତ ଏହି ହିତାଧିକାରୀମାନେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସୁବିଧା ମଧ୍ୟ ପାଇବେ। ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାରଙ୍କ ଦ୍ବାରା କାର୍ଯ୍ୟକାରୀ ହେଉଥିବା ଆରଏସ୍‌ବିୱାଇ ଯୋଜନାର ଅବଧି ଡିସେମ୍ବର ୩୧ ତାରିଖରେ ସମାପ୍ତ ହୋଇଛି। ତେଣୁ ରାଜ୍ୟରେ ଏହି ଯୋଜନାରେ ଅନ୍ତର୍ଭୁକ୍ତ ହିତାଧିକାରୀମାନେ ଯେଭଳି ପୂର୍ବ ଭଳି ମାଗଣା ଚିକିତ୍ସା ପାଇପାରିବେ ସେଥିପାଇଁ ରାଜ୍ୟ ସରକାର ସମସ୍ତ ପ୍ରକାର ପଦକ୍ଷେପ ଗ୍ରହଣ କରିଛନ୍ତି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ, ଆଇନ, ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି।

ସଚିବାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏ ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି ଯେ ଆରଏସ୍‌ବିୱାଇ ହିତାଧିକାରୀମାନେ ଯେଭଳି ତୁରନ୍ତ ବିକେକେୱାଇ କାର୍ଡ ପାଇବେ ସେଥିପାଇଁ ଅଗ୍ରାଧିକାର ଭିତ୍ତିରେ ପଦକ୍ଷେପ ଗ୍ରହଣ କରିବାକୁ ଜିଲାପାଳମାନଙ୍କୁ ନିର୍ଦେଶ ଦିଆଯାଇଛି। ଏହି ହିତାଧିକାରୀମାନେ ନିକଟସ୍ଥ ବିକେକେୱାଇ କିଓସ୍କରୁ ପୁରୁଣା ଆରଏସ୍‌ବିୱାଇ ( ଷ୍ଟ୍ରିମ୍-୨ ) କାର୍ଡ ସଂଗ୍ରହ କରିବା ପାଇଁ ପରାମର୍ଶ ଦିଆଯାଇଛି। ଓଏସ୍‌ଟିଏଫ୍‌ର ନୂତନ ମାର୍ଗଦର୍ଶିକା ଅନୁଯାୟୀ ମାରାତ୍ମକ ରୋଗରେ ପୀଡିତ ରାଜ୍ୟର ସମସ୍ତ ଗରିବଙ୍କୁ ସରକାରଙ୍କ ଚିକିତ୍ସା ପାଣ୍ଠିରୁ ଅର୍ଥ ଯୋଗାଇ ଦିଆଯିବ। ବିକେକେୱାଇ କାର୍ଡଧାରୀଙ୍କ ବ୍ୟତିତ ଅନ୍ତୋଦୟ ଅନ୍ନ ଯୋଜନାର ହିତାଧିକାରୀ ଏବଂ ଗ୍ରାମାଞ୍ଚଳରେ ବାର୍ଷିକ ୫୦ ହଜାର ଓ ସହରାଞ୍ଚଳରେ ୬୦ ହଜାର ଟଙ୍କାରୁ କମ ଆୟକାରୀମାନେ ଏହି ସୁବିଧା ପାଇପାରିବେ। ଏହାଛଡା ହୃଦରୋଗ, କିଡନୀ ଏବଂ କର୍କଟରେ ପୀଡିତ ରୋଗୀଙ୍କ କ୍ଷେତ୍ରରେ ବାର୍ଷିକ ୩ ଲକ୍ଷ ଟଙ୍କାରୁ କମ୍ ଆୟକାରୀ ରାଜ୍ୟ ଚିକିତ୍ସା ପାଣ୍ଠିରୁ ସୁବିଧା ପାଇପାରିବେ। ଏ ସଂକ୍ରାନ୍ତରେ ଅଧିକ ବିବରଣୀ ପାଇଁ ଦେୟମୁକ୍ତ ନମ୍ବର ୧୫୫୩୬୯ରେ ଯୋଗାଯୋଗ ପାଇଁ ପରାମର୍ଶ ଦିଆଯାଇଛି।

- Advertisement -

ଗତ ଅଗଷ୍ଟ ୧୫ ତାରିଖରୁ ଆରମ୍ଭ ହୋଇଥିବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ୭୦ ଲକ୍ଷ ପରିବାରର ପ୍ରାୟ ସାଢେ ୩କୋଟି ଲୋକ ଅର୍ନ୍ତଭୁକ୍ତ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪ଲକ୍ଷରୁ ଅଧିକ ଲୋକଙ୍କର ମାଗଣା ଅପରେସନ ହୋଇଚି ବୋଲି ମନ୍ତ୍ରୀ ଶ୍ରୀ ଜେନା କହିଛନ୍ତି।

ଏହି ସାମ୍ବାଦିକ ସମ୍ମିଳନୀରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନର ତଥା ଶାସନ ସଚିବ ଡାଃ ପ୍ରମୋଦ କୁମାର ମେହେର୍ଦ୍ଦା ଏବଂ ଜାତୀୟ ସ୍ବାସ୍ଥ୍ୟ ମିଶନ ନିର୍ଦେଶିକା ଶାଳିନୀ ପଣ୍ଡିତଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀ ଉପସ୍ଥିତ ଥିଲେ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories