www.samajalive.in
Saturday, December 13, 2025
26.1 C
Bhubaneswar

ବିଜୁ ପଟ୍ଟନାୟକ

ସ୍ବାଭିମାନୀ, ସାହସୀ, ଯୁଗ ସ୍ରଷ୍ଟା ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ୧୯୧୬ ମାର୍ଚ୍ଚ ୫ରେ ଜନ୍ମଗ୍ରହଣ କରିଥିଲେ। ଏକ ଘଡ଼ିସନ୍ଧି ମୁହୂର୍ତ୍ତରେ ସେ ନିଜେ ବିମାନ ଚଳାଇ ଇଣ୍ଡୋନେସିଆର ରାଷ୍ଟ୍ରପତି, ଓ ପ୍ରଧାନମନ୍ତ୍ରୀଙ୍କୁ ଉଦ୍ଧାର କରିଥିଲେ। ଏହି ଦୁଃସାହସିକ କାର୍ଯ୍ୟପାଇଁ ତାଙ୍କୁ ଇଣ୍ଡୋନେସିଆର ସର୍ବୋଚ୍ଚ ସମ୍ମାନ “ଭୂମିପୁତ୍ର” ସମ୍ମାନରେ ସମ୍ମାନିତ କରାଯାଇଥିଲା। ଦେଶ ସ୍ବାଧୀନ ହେବା ପରେ ସେ ଓଡ଼ିଶାକୁ ବିଭବଶାଳୀ ରାଜ୍ୟ ଭାବେ ପରିଣତ କରିବାର ସ୍ବପ୍ନ ଦେଖିଥିଲେ। ୧୯୫୨ରେ ସେ ଜଗନ୍ନାଥ ପ୍ରସାଦ ଆସନରୁ ପ୍ରଥମଥର ପାଇଁ ବିଧାୟକ ନିର୍ବାଚିତ ହେଲେ। ଦୁଇଥର ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିବା ବିଜୁବାବୁ ରାଜ୍ୟର ପ୍ରଗତି ପାଇଁ ଅନେକ ଉନ୍ନତିମୂଳକ ପଦକ୍ଷେପ ନେଇଥିଲେ। ସେ ଓଡ଼ିଶା ଟେକ୍ସଟାଇଲ୍ ମିଲ୍, କଳିଙ୍ଗ ଟ୍ୟୁବସ, କଳିଙ୍ଗ ଇଣ୍ଡଷ୍ଟ୍ରିଜ୍, କଳିଙ୍ଗ ଏୟାରୱେଜ୍ ଓ କଳିଙ୍ଗ ରେଫ୍ରିଜରେସନ୍ ଆଦି ନିଜ ଉଦ୍ୟମରେ ପ୍ରତିଷ୍ଠା କରିଥିଲେ। ସେ ଥିଲେ ଆଧୁନିକ ଓଡ଼ିଶାର ନିର୍ମାତା। ଓଡ଼ିଶା ସରକାର ଅନେକ ଅନୁଷ୍ଠାନକୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ନାମରେ ନାମିତ କରିଅଛନ୍ତି। ଭୁବନେଶ୍ୱରରେ ଥିବା ବିଜୁ ପଟ୍ଟନାୟକ ବିମାନ ବନ୍ଦର ସେଥିମଧ୍ୟରୁ ଅନ୍ୟତମ। ତାଙ୍କ ଜନ୍ମ ଦିନ ମାର୍ଚ୍ଚ ୫ ତାରିଖକୁ ପଞ୍ଚାୟତି ରାଜ ଦିବସ ଭାବରେ ପାଳନ କରାଯାଉଛି। ୧୯୯୭ ଏପ୍ରିଲ ୧୭ରେ ଦିଲ୍ଲୀରେ ତାଙ୍କର ପରଲୋକ ହୋଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories