www.samajalive.in
Saturday, December 6, 2025
26.1 C
Bhubaneswar

କଳିଙ୍ଗ ଷ୍ଟାଡିୟମରେ ବିଜୁ ପଟ୍ଟନାୟକ ମିନି ମାରାଥନ୍‍ ଅନୁଷ୍ଠିତ

ଭୁବନେଶ୍ୱର: ମହାନ ଜନନାୟକ ତଥା ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜନ୍ମ ବାର୍ଷିକୀ ଅବସରରେ ବାର୍ଷିକ ବିଜୁ ପଟ୍ଟନାୟକ ମିନି ମାରାଥନ୍‍ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି। କ୍ରୀଡ଼ା ଏବଂ ଯୁବ ସେବା ବିଭାଗ(ଡିଏସ୍‍ୱାଇଏସ୍‍) ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୪୦୦ରୁ ଊର୍ଦ୍ଧ୍ବ ପ୍ରତିଯୋଗୀ ଭାଗ ନେଇଥିଲେ। ରାଜ୍ୟ କ୍ରୀଡ଼ା ଏବଂ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା କାର୍ଯ୍ୟକ୍ରମର ଉଦ୍‍ଘାଟନ କରିଥିବା ବେଳେ ପଦ୍ମଶ୍ରୀ ଦିଲୀପ ତିର୍କୀ ଏବଂ ଡିଏସ୍‍ୱାଇଏସ୍‍ ପ୍ରମୁଖ ଶାସନ ସଚିବ ବିଶାଲ କେ ଦେବଙ୍କ ସମେତ ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ। ଏହି ଅବସରରେ ମନ୍ତ୍ରୀ ଶ୍ରୀ ବେହେରା ବିଜୁ ବାବୁଙ୍କ ନୀତି ଏବଂ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ସମସ୍ତଙ୍କୁ ନିବେଦନ କରିଥିଲେ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories