www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟବ୍ୟାପୀ ପାଳନ ହେବ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ

ଭୁବନେଶ୍ବର : ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୮ ତମ ତିରୋଧାନ ଦିବସ। ଏହି ଅବସରରେ ରାଜ୍ୟବ୍ୟାପୀ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହେବ। ଶଙ୍ଖଭବନଠାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ପ୍ରବାଦ ପୁରୁଷଙ୍କ ସ୍ମୃତି ଉଦ୍ଦେଶ୍ୟରେ ଶ୍ରଦ୍ଧାସୁମନ ଅର୍ପଣ କରିବେ ବୋଲି କାର୍ଯ୍ୟକ୍ରମ ରୂପାୟନ କମିଟି ଆବାହକ ସଞ୍ଜୟ ଦାସବର୍ମା ସୂଚନା ଦେଇଛନ୍ତି। ଶ୍ରୀ ଦାସବର୍ମା କହିଛନ୍ତି ଯେ, ବିଜୁବାବୁ ଓଡ଼ିଆ ଜାତିର ସ୍ବାଭିମାନ ଓ ଅସ୍ମିତା। ବିଜୁବାବୁଙ୍କ ପ୍ରତିମୂର୍ତ୍ତିକୁ ପୋଡ଼ିବା ଘଟଣା ରାଜ୍ୟବାସୀଙ୍କୁ ବ୍ୟଥିତ କରିଥିବାବେଳେ ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ଉପରକୁ ଏହା ଅଙ୍ଗୁଳି ନିର୍ଦେଶ କରୁଛି। ଘଟଣାକୁ ନେଇ ସାରା ରାଜ୍ୟରେ ପ୍ରତିବାଦର ସ୍ବର ଉଠିଛି। ସମ୍ବଲପୁରରେ ବିଜେଡି ବରିଷ୍ଠ ନେତା ରୋହିତ ପୂଜାରୀଙ୍କ ନେତୃତ୍ବରେ ଅନୁଷ୍ଠିତ ପ୍ରତିବାଦ ସଭାରେ ପ୍ରଦର୍ଶନକାରୀଙ୍କ ଉପରେ ପୁଲିସର ଆକ୍ରମଣ ଏବଂ ମହିଳାଙ୍କ ପ୍ରତି ଅମାନବୀୟ ଆଚରଣ ଘଟଣାକୁ ଆମେ ଦୃଢ଼ ନିନ୍ଦା କରୁଛୁ ବୋଲି ସେ କହିଛନ୍ତି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories