www.samajalive.in
Saturday, December 6, 2025
23.1 C
Bhubaneswar

ରୁଷ୍ ଦୂତାବାସରେ ବିଜୁବାବୁଙ୍କ ସ୍ମାରକ ଫଳକ ଉନ୍ମୋଚିତ

ଭୁବନେଶ୍ବର : ନାଜିବାଦ ବିରୋଧରେ ରୁଷ୍ ବିଜୟର ୮୦ତମ ବାର୍ଷିକ ଉତ୍ସବ ପାଳନ ଆରମ୍ଭ ହୋଇଛି। ଏଥିପାଇଁ ଆସନ୍ତା ୯ରେ ମସ୍କୋରେ ବିଶାଳ ଆୟୋଜନ କରାଯାଉଛି। ଏହାପୂର୍ବରୁ ବୁଧବାର ନୂଆଦିଲ୍ଲୀର ରୁଷିଆ ହାଉସରେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ସାହସ ଓ ପରାକ୍ରମର ଗାଥା ଗୁଞ୍ଜରିତ ହୋଇଥିଲା। ଷ୍ଟାଲିନଗ୍ରାଡ଼ ଅଭିଯାନରେ ବିଜୁବାବୁଙ୍କ ଅବଦାନକୁ ସମ୍ମାନ ଜଣାଇବାକୁ ରୁଷିଆ ହାଉସରେ ଆୟୋଜିତ ଉତ୍ସବରେ ମୁଖ୍ୟଅତିଥି ଭାବେ ବିଜୁବାବୁଙ୍କ ସୁପୁତ୍ର ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ଯୋଗ ଦେଇଥିଲେ। ଭାରତରେ ରୁଷର ରାଷ୍ଟ୍ରଦୂତ ମି. ଡେନିସ ଅଲିପୋବଙ୍କ ଉପସ୍ଥିତିରେ ବିଜୁବାବୁଙ୍କ ଉଦ୍ଦେଶ୍ୟରେ ସମର୍ପିତ ସ୍ମାରକ ଫଳକ ଉନ୍ମୋଚନ କରାଯାଇଥିଲା। ଏହି ଅବସରରେ ବିଜେଡି ସଭାପତି ଶ୍ରୀ ପଟ୍ଟନାୟକ କହିଥିଲେ ଯେ ବିଜୁବାବୁଙ୍କ ସାହସ ଓ ପରାକ୍ରମ ପାଇଁ ସାରା ଦେଶ ଗର୍ବିତ। ଦ୍ବିିତୀୟ ବିଶ୍ୱ ଯୁଦ୍ଧ ସମୟରେ ଜଣେ ପାଇଲଟ ଭାବରେ ବିଜୁବାବୁ ଯେଭଳି ଅତୁଳନୀୟ ସାହସ ପ୍ରଦର୍ଶନ କରି ଷ୍ଟାଲିନଗ୍ରାଡ଼ରେ ରୁଷ୍ ସେନାକୁ ଅସ୍ତ୍ରଶସ୍ତ୍ର ଯୋଗାଇ ନାଜି ବିରୋଧରେ ରୁଷର ବିଜୟକୁ ସୁଗମ କରି ବିଶ୍ୱକୁ ବିପର୍ଯ୍ୟୟରୁ ବଞ୍ଚାଇଥିଲେ ଥିଲେ ତାହା ଅନନ୍ୟ।.ବିଜୁବାବୁଙ୍କ ଏହି ସାହସ ଓ ପ୍ରତିଶ୍ରୁତିବଦ୍ଧତା ଭବିଷ୍ୟତ ପିଢ଼ି ପାଇଁ ପ୍ରେରଣାଦାୟକ ହେବ ବୋଲି ସେ କହିଥିଲେ।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories