www.samajalive.in
Monday, December 15, 2025
17.1 C
Bhubaneswar

ଜରୁରୀ ଅବତରଣ କଲା ବିମାନ : ଅସୁସ୍ଥ ଯାତ୍ରୀଙ୍କ ମୃତ୍ୟୁ

ଭୁବନେଶ୍ବର : ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଆଜି ରାତି ୭ଟା ୨୬ ମିନିଟରେ ଏକ ବିମାନ ଜରୁରୀ ଅବତରଣ କରିଥିଲା । ଏୟାର ଏସିଆ ବିମାନ ନଂ ଆଇଏଡି ୧୫୩୧, ଏ୩୨୦ ରାଞ୍ଚିରୁ ଚେନ୍ନଇ ଉଡ଼ାଣ କରୁଥିବାବେଳେ ମଝି ଆକାଶରେ ଜଣେ ଯାତ୍ରୀ ହଠାତ ଅସୁସ୍ଥ ହୋଇ ପଡ଼ିଥିଲେ। ଫଳରେ ବିମାନକୁ ଚାଳକ ଭୁବନେଶ୍ବର ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ଜରୁରୀ ଅବତରଣ କରିବାକୁ ବାଧ୍ୟ ହୋଇଥିଲେ।
ଯାତ୍ରୀ ଜଣଙ୍କ ନିଃଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ କରିଥିଲେ। ଏ ସଂକ୍ରାନ୍ତରେ ବିମାନ କର୍ତ୍ତୃପକ୍ଷଙ୍କୁ ଅବଗତ କରିଥି‌େ‌ଲ। ବିମାନ ଅବତରଣ ପରେ ରୋଗୀ ବୁହା ଯାନରେ ଅସୁସ୍ଥ ଯାତ୍ରୀ ବସନ୍ତ କୁମାର ପାଶ୍ବାନଙ୍କୁ ରାଜଧାନୀ ଚିକିତ୍ସାଳୟକୁ ନିଆଯାଇଥିଲା। ସେଠାରେ ପହଞ୍ଚିଲା ବେଳକୁ ତାଙ୍କର ମୃତ୍ୟୁ ହୋଇ ସାରିଥିଲା। ଅସୁସ୍ଥ ଯାତ୍ରୀଙ୍କ ସହ ୩ଜଣ ପରିବାର ସଦସ୍ୟ ଥିବାବେଳେ ମୃତ ଶରୀରକୁ ଡାକ୍ତରଖାନାରେ ରଖାଯାଇଛି। ଆସନ୍ତାକାଲି ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories