www.samajalive.in
Monday, December 8, 2025
27.1 C
Bhubaneswar

ବିଜୁ ସେତୁ ନିର୍ମାଣ ନେଇ ସମୀକ୍ଷା ବୈଠକ, ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦେଶ

ଭୁବନେଶ୍ୱର:୨୦୨୨-୨୩ ଆର୍ଥିକ ବର୍ଷରେ ଓଡ଼ିଶାରେ ୩୦୦ ବିଜୁ ସେତୁ ନିର୍ମାଣ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ଲକ୍ଷ୍ୟ ହାସଲ କରିବା ନିମନ୍ତେ ଆଜି ଗ୍ରାମ୍ୟ ନିର୍ମାଣ ଭବନରେ ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ଏକ ସମୀକ୍ଷା ବୈଠକ କରିଛନ୍ତି। ବୈଠକରେ ମନ୍ତ୍ରୀ ଶ୍ରୀ ଘଡ଼ାଇ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସେତୁର ଗୁଣବତ୍ତା ବଜାୟ ରଖିବା ଉପରେ ଗୁରୁତ୍ୱ ଦେବା ସହ ସେ ପ୍ରକଳ୍ପ ନିମନ୍ତେ ଥିବା ଜମି ଅଧିଗ୍ରହଣ ପ୍ରକ୍ରିୟାରେ ଥିବା ସମସ୍ୟାର ତ୍ୱରିତ ସମାଧାନ କରିବାକୁ ନିର୍ଦେଶ ଦେଇଛନ୍ତି। ସେତୁ ପ୍ରକଳ୍ପଗୁଡ଼ିକର ଅଗ୍ରଗତିର ସମୀକ୍ଷା ନେଇ ପ୍ରତ୍ୟେକ ମାସରେ ସମୀକ୍ଷା ବୈଠକ ଅନୁଷ୍ଠିତ ହେବ ବୋଲି ମନ୍ତ୍ରୀ ଶ୍ରୀ ଘଡ଼ାଇ ପ୍ରକାଶ କରିଛନ୍ତି।

ଗ୍ରାମ୍ୟ ଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବ ସଂଜୟ କୁମାର ସିଂ କହିଛନ୍ତି ଯେ ସେତୁ ପ୍ରକଳ୍ପକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସଂପନ୍ନ କରିବାରେ ଉଭୟ ବିଭାଗୀୟ ଅଧିକାରୀ ଏବଂ ଏଜେନ୍ସୀଙ୍କ ସମାନ ଦାୟିତ୍ୱ ରହିଛି। ତେଣୁ ସମସ୍ତଙ୍କୁ ଦଳଗତ ମନୋଭାବ ନେଇ କାମ କରିବାକୁ ପଡ଼ିବ। ସମସ୍ତ ଯନ୍ତ୍ରୀମାନଙ୍କୁ କ୍ଷେତ୍ର ଗସ୍ତ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନରେ ଥିବା ସମସ୍ୟାଗୁଡ଼ିର ସମାଧାନ କରି ପ୍ରକଳ୍ପ କାର୍ଯ୍ୟକୁ ନିର୍ଦ୍ଧାରିତ ସମୟରେ ସଂପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।
ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ ବିଜୁ ସେତୁ ପରି ଐତିହାସିକ ଯୋଜନାର ପରିକଳ୍ପନା କରିଥିଲେ। ଗତ ୧୦ ବର୍ଷ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୧୩୯ଟି ବିଜୁ ସେତୁ ନିର୍ମାଣ ହୋଇଛି ଏବଂ ୨୦୨୩ ମାର୍ଚ୍ଚ ସୁଦ୍ଧା ଆହୁରି ୩୦୦ଟି ବିଜୁ ସେତୁ ନିର୍ମାଣ କରାଯିବ।
ଏହି ସମୀକ୍ଷା ବୈଠକରେ ଗ୍ରାମ୍ୟ ଉନ୍ନୟନ ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରୱାଲ, ଯନ୍ତ୍ରୀମୁଖ୍ୟ ପ୍ରଦୀପ ସାମଲ, କୋଠାବାଡ଼ି ଓ ସେତୁର ମୁଖ୍ୟଯନ୍ତ୍ରୀ ଶ୍ରୀ ରମେଶ ଚନ୍ଦ୍ର ବେହେରା, ସ୍ୱତନ୍ତ୍ର ଶାସନ ସଚିବ ଇଂ ଅକ୍ଷୟ କୁମାର ପ୍ରଧାନ, ମୁଖ୍ୟଯନ୍ତ୍ରୀ(ରାସ୍ତା) ସଂଜୀବ ମହାନ୍ତିଙ୍କ ସମେତ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଏବଂ ଏଜେନ୍ସୀମାନେ ଉପସ୍ଥିତ ଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories