www.samajalive.in
Monday, December 15, 2025
15.1 C
Bhubaneswar

ସେତୁ ଯୋଜନା: ଚିତ୍ରକୋଣ୍ଡା ଓ କୋରୁକୁଣ୍ଡା ବ୍ଲକ୍‌ର ଅନ୍ତର୍ଭୁକ୍ତ ହେବ ୧୦ ପଞ୍ଚାୟତ

ଭୁବନେଶ୍ୱର :  ସେତୁ ଯୋଜନାରେ ସ୍ବାଭିମାନ ଅଞ୍ଚଳରେ ଦ୍ରୁତ ପରିବର୍ତ୍ତନକୁ ଉପଲବ୍‌ଧି କରି ଚିତ୍ରକୋଣ୍ଡା ବ୍ଲକ୍‌ର ଅବଶିଷ୍ଟ ୯ ଗୋଟି ପଞ୍ଚାୟତ ଯଥା – ଆନ୍ଦ୍ରପାଲ୍ଲୀ, ପଣସପୁଟ, ଜୋଡାମ୍ବୋ, ରାଲିଗଡା, ପେପରମେଟଲା, ବଡପଦା, ଗଜଲମାମୁଣ୍ଡି, ଜନ୍ତ୍ରୀ ଓ ଧୁଳିପୁଟ ଏବଂ କୋରୁକୁଣ୍ଡା ବ୍ଳକ୍‌ର ନାକାମାମୁଡି ପଞ୍ଚାୟତ ସହିତ ମୋଟ ୧୦ ଗୋଟି ଅନୁନ୍ନତ ପଞ୍ଚାୟତକୁ ସେତୁ ଯୋଜନାରେ ଅନ୍ତର୍ଭୁକ୍ତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି । ଏଥିସହିତ ସେତୁ ଯୋଜନାରେ ବ୍ୟୟ ଅଟକଳ ୫୦ କୋଟିରୁ ୧୦୦ କୋଟିକୁ କରିବା ପାଇଁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି ।

ଚିତ୍ରକୋଣ୍ଡା ବ୍ଳକ୍‌ର ୯ ଗୋଟି ବିଚ୍ଛିନ୍ନାଞ୍ଚଳ ପଞ୍ଚାୟତକୁ ଗୁରୁପ୍ରିୟା ସେତୁ ଦ୍ବାରା ସଂଯୋଗ କରାଯାଇଅଛି, ଯାହା ସ୍ବାଭିମାନ ଅଞ୍ଚଳ ନାମରେ ନାମିତ। ଏହି ଅନୁନ୍ନତ ଅଞ୍ଚଳର ଲୋକମାନଙ୍କର ସାମାଜିକ ଓ ଅର୍ଥନୈତିକ ବିକାଶ ପାଇଁ SETU ( Socio-Economic Transformation and Upliftment) ଯୋଜନା ୨୦୧୮ ମସିହାରୁ କାର୍ଯ୍ୟକାରି ହେଉଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଓ ଅନ୍ୟାନ୍ୟ ବରିଷ୍ଠ ପଦାଧିକାରୀ ତା.୨୮.୦୩.୨୦୨୩ରିଖରେ ମାଲକାନଗିରିର ଚିତ୍ରକୋଣ୍ଡା ବ୍ଳକ୍‌ ପରିଦର୍ଶନ କରିଥିଲେ ଓ ଲୋକମାନଙ୍କ ସ୍ବାର୍ଥ, ସେମାନଙ୍କର ଅଭାବ ଅସୁବିଧା ସଂପର୍କରେ ଆଲୋଚନା କରିଥିଲେ।

- Advertisement -

ଏତଦ୍‌ବ୍ୟତୀତ ଏହି ଅଞ୍ଚଳର ଶାନ୍ତି ଓ ସୁରକ୍ଷା ପାଇଁ ନିୟୋଜିତ ଅର୍ଦ୍ଧସାମରିକ ବାହିନୀ ପ୍ରତିଷ୍ଠାନର ଭିତ୍ତିଭୂମି ଉନ୍ନତିକରଣ ଓ ସମ୍ପ୍ରସାରଣ ପାଇଁ ସେତୁ ଯୋଜନାରେ ୯ କୋଟି ୬୦ ଲକ୍ଷ ଟଙ୍କା ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories