www.samajalive.in
Sunday, December 7, 2025
14.1 C
Bhubaneswar

ବାଇକରୁ ପଡ଼ି ଯୁବକଙ୍କ ମୃତ୍ୟୁ

କଲ୍ୟାଣସିଂହପୁର: ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଓ କୋଲନରା ବ୍ଲକ ସୀମାନ୍ତ ଭେଜା ଗ୍ରାମ ଛକରେ ଭାରସାମ୍ୟ ହରାଇ ବାଇକରୁ ପଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି । ସୂଚନା ଅନୁଯାୟୀ, ଅପରାହ୍ନରେ ରାମଦାସ ହିଆଲଙ୍କ ପୁଅ ରାଉଳ ହିଆଲ(୨୨) କୌଣସି କାରଣରୁ ରାୟଗଡ଼ା ଯାଇ ନିଜ ଘର ସେରିଗୁମ୍ମା ପଞ୍ଚାୟତର କୁରୁକୁଟି ଗ୍ରାମକୁ ଏକ ବାଇକ ଯୋଗେ ଦ୍ରୁତଗତିରେ ଆସୁଥିବାବେଳେ ଭେଜା ଛକରେ ଭାରସାମ୍ୟ ହରାଇ ପଡ଼ିଯାଇଥିଲେ । ଯାହାଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି । ଯୁବକଙ୍କ ମୃତଦେହ ରାୟଗଡ଼ା ଚିକିତ୍ସାଳୟକୁ ନିଆଯାଇଥିବା ଜଣାପଡ଼ିଛି । ଘଟଣା ସ୍ଥଳରେ କଲ୍ୟାଣସିଂହପୁର ପୁଲିସ ପହଞ୍ଚି ତଦନ୍ତ କରୁଛି।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories