ପାଟଣା : କେନ୍ଦୁଝର ଜିଲ୍ଲା ତୁରୁମୁ୍ଙ୍ଗା ଥାନା ୪୯ ନଂ ଜାତୀୟ ରାଜପଥର ଡାବରଚୁଆ ନିକଟରେ ଅଭାବନୀୟ ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ଉଭୟଙ୍କୁ ଗୁରୁତର ଅବସ୍ଥାରେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ବେଲଦା ଗାଁର ନବୀନ ସିଂହ ବୋଲି ଜଣାପଡିଛି। ଆହତ ବ୍ୟକ୍ତି ତୁଷାର ପାତ୍ର ଏବେ ବି ଚିକିତ୍ସାଧିନ ଅବସ୍ଥାରେ ରହିଛନ୍ତି। ଉଭୟ ବାଇକ୍ ଯୋଗେ ଖିରେଇଟାଙ୍ଗିରି ରୁ କେନ୍ଦୁଝର ଅଭିମୁଖେ ଯାଉଥିବା ବେଳେ ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।
Popular Categories



