www.samajalive.in
Friday, December 12, 2025
23.1 C
Bhubaneswar

ବାଇକକୁ ଧକ୍କା ଦେଲା କାର୍, ଜଣେ ମୃତ

ଗଞ୍ଜାମ : ବାଇକକୁ କାର୍ ଧକ୍କା ଦେବାରୁ ଜଣଙ୍କ ମୃତ୍ୟୁ ହେବା ସହ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଅନ୍ତର୍ଗତ ପିପୁଲସ୍ କଲେଜ ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ବାଇକ୍ ଚାଳକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତ ବ୍ୟକ୍ତିଙ୍କ ନାଁ ଶମ୍ଭୁ ବୋଲି ଜଣାପଡିଛି । ଶମ୍ଭୁ ଓ ତାଙ୍କ  ସାଙ୍ଗ ବାଇକରେ ବୁଗୁଡାରୁ ଓଡଗାଁ ଯାଉଥିବାବେଳେ ବିପରୀତ ଦିଗରୁ ଏକ କାର୍ ଆସି ତାଙ୍କୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଶମ୍ଭୁଙ୍କ ମୃତ୍ୟୁ ହୋଇଥିବାବେଳେ ତାଙ୍କ ବନ୍ଧୁ ଗୁରୁତର ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

Hot this week

ଜାପାନରେ ୬.୭ ତୀବ୍ରତାର ଭୂକମ୍ପ : ସୁନାମି ସତର୍କତା ଜାରି

ଟୋକିଓ : ଆଜି ସକାଳେ ଜାପାନର ଉତ୍ତର ପୂର୍ବ ଉପକୂଳରେ ଶକ୍ତିଶାଳୀ...

ପାକ୍‌ ମାଛଧରା ବୋଟ ଜବତ, ୧୧ ଗିରଫ

ଅହମଦାବାଦ : ତଟରକ୍ଷୀ ବାହିନୀ ପକ୍ଷରୁ ବୁଧବାର ଗୁଜରାଟର ଊପକୂଳସ୍ଥ ଆରବ...

୬ମାସ ଦରମା ପାଇନାହାନ୍ତି ପାକିସ୍ତାନ ପୁଲିସ

କରାଚୀ : ପାକିସ୍ତାନର ଖାଇବର ପଖତୁନଖ୍ବା ପ୍ରଦେଶରେ ମୁତୟନ ଥିବା ସ୍ବତନ୍ତ୍ର...

ଘାଟିକୁ ଖସିଲା ଯାତ୍ରୀବାହୀ ବସ୍ , ଚାଲିଗଲା ୯ ଜୀବନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ଆଲୁରି ସୀତାରାମ ରାଜୁ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା...

‘ନେହେରୁଙ୍କ ପକ୍ଷପାତିତା ପାଇଁ ବନ୍ଦେ ମାତରମ୍ ଜାତୀୟ ସଙ୍ଗୀତ ମାନ୍ୟତାରୁ ବଞ୍ଚିତ’

ନୂଆଦିଲ୍ଲୀ : ଗୁରୁବାର ରାଜ୍ୟସଭାରେ ରାଷ୍ଟ୍ରଗୀତ ବନ୍ଦେ ମାତରମ୍ ଉପରେ ଦ୍ବିତୀୟ...

Related Articles

Popular Categories