www.samajalive.in
Saturday, December 6, 2025
16.1 C
Bhubaneswar

ବାଇକ୍‌କୁ ଧକ୍କା ଦେଲା ଟ୍ରକ: ପୁଅ ଗୁରୁତର, ବାପା ସାମାନ୍ୟ ଆହତ

ପାଟଣା: କେନ୍ଦୁଝର ଜିଲ୍ଲା ତୁରୁମୁ୍ଙ୍ଗା ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥରର ରେଙ୍ଗାଳବେଡା ଛକରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଆଜି(ଗୁରୁବାର)ସକାଳୁ ଏକ ଟ୍ରକ୍ ବାଇକକୁ ଧକ୍କା ଦେଇଛି। ଦୁର୍ଘଟଣାରେ ପୁଅ ଗୁରୁତର ହୋଇଥିବାବେଳେ ବାପା ସାମନ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଗୁରୁତର ପୁଅ ଚିଲିଦା ଗାଁର ଚନ୍ଦନ କୁମାର ମହାନ୍ତ ଓ ବାପା ଲକ୍ଷ୍ମଣ ମହାନ୍ତ ବୋଲି ଜଣାପଡିଛି। ଉଭୟଙ୍କୁ ଉଦ୍ଧାର କରାଯାଇ ଖିରେଇଟାଙ୍ଗିରୀ ଟୋଲ୍ ଗେଟ୍ ଆମ୍ବୁଲାନ୍ସ ଯୋଗେ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି । ଚନ୍ଦନଙ୍କ ମୁଣ୍ଡ ରେ ଗଭୀର ଆଘାତ ଲାଗିଛି। ଖବର ପାଇ ଘଟଣା ସ୍ଥଳରେ ତୁରୁମୁ୍ଙ୍ଗା ପୋଲିସ ପହଞ୍ଚି ଉଭୟ ବାଇକ୍ ଓ ଟ୍ରକ କୁ ଜବତ କରି ଘଟଣାର ତଦନ୍ତ ଚଳାଇଛି।

Hot this week

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

Related Articles

Popular Categories