www.samajalive.in
Sunday, December 7, 2025
14.1 C
Bhubaneswar

ଦୁଇ ବାଇକ ମୁହାଁମୁହିଁ ଧକ୍କା; ମାଆ ଓ ପୁଅ ଗୁରୁତର

କଲମପୁର: କଲମପୁର ଜୁନାଗଡ଼ ମୁଖ୍ୟ ରାସ୍ତାର ବରଗାଁ ଛକ ନିକଟରେ ବୁଧବାର ଘଟିଛି ଏକ ସଡ଼କ ଦୁର୍ଘଟଣା। ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଗୋଟିଏ ବାଇକରେ ଥିବା ମାଆ ପୁଅ ଗୁରୁତର ଭାବେ ଆହତ ହେଇଛନ୍ତି। ସେମାନଙ୍କୁ ଉଦ୍ଧାର କରି କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ଉଭୟଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ଜୁନାଗଡ଼ ବ୍ଲକ ଅଧିନସ୍ଥ ଗୋଲାମୁଣ୍ଡା ଗ୍ରାମର ପ୍ରମିଳା ନାଗ ଓ କ୍ଷିରୋଦ ନାଗ ନାମକ ମାଆ, ପୁଅ ତେନ୍ତୁଳିଖୁଣ୍ଟି ଗ୍ରାମରେ ଥିବା ପ୍ରମିଳାଙ୍କ ବାପା ଗଜାନନ ଦୁର୍ଗାଙ୍କ ଘରକୁ ଆସି ବୁଧବାର ଅପରାହ୍ନ ୩.୩୦ ବେଳେ କଲମପୁର ଜୁନାଗଡ଼଼ ରାସ୍ତା ଦେଇ ନିଜ ଘରକୁ ଏକ ବାଇକ ଯୋଗେ ଫେରୁଥିଲେ। ଏହି ସମୟରେ ବରଗାଁ ଛକ ନିକଟରେ ଜୁନାଗଡ଼ ପଟରୁ ଆସୁଥିବା ଏକ ଅଜଣା ବାଇକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଯାହା ଫଳରେ ମାଆ, ପୁଅ ଛିଟିକି ପଡ଼ି ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କ ମୁଣ୍ଡ, ହାତ ଓ ଗୋଡ଼ରେ ଗଭୀର ଆଘାତ ଲାଗିଛି। ତେଣୁ ସେମାନଙ୍କୁ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା କରାଯିବା ପରେ ଅଧିକ ଚିକିତ୍ସା ପାଇଁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ଅଜଣା ବାଇକର କୌଣସି ସନ୍ଧାନ ମିଳିନାହିଁ।

Hot this week

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

Related Articles

Popular Categories