www.samajalive.in
Monday, December 8, 2025
20.1 C
Bhubaneswar

ଦୁଇ ବାଇକ ମୁହାଁମୁହିଁ ଧକ୍କା; ୨ ଗୁରୁତର

କଲମପୁର: କଲମପୁର ଥୁଆମୁଳ ରାମପୁର ମୁଖ୍ୟ ରାସ୍ତାର ଗୁମାବାହାଲ ଛକ ନିକଟରେ ରବିବାର ଦିନ ସାଢେ ୨ଟା ସମୟରେ ଘଟିଛି ଏକ ସଡ଼କ ଦୁର୍ଘଟଣା। ଦୁଇ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବା କାରଣରୁ ୨ ଜଣ ବାଇକ ଚାଳକ ଗୁରୁତର ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ପ୍ରଥମେ କଲମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରାଯାଇଥିଲା। କିନ୍ତୁ ଅବସ୍ଥା ଗୁରୁତର ଥିବାରୁ ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ପରବର୍ତ୍ତୀ ସମୟରେ ସେମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି।

ସୂଚନା ଅନୁସାରେ, ଥୁଆମୁଳ ରାମପୁରର ଦୁଷ୍ମନ୍ତ ପାତ୍ର ନାମକ ଯୁବକ ଏକ ହୋଣ୍ଡା ବାଇକ ଯୋଗେ କଲମପୁର ପଟରୁ ଥୁଆମୁଳ ରାମପୁରକୁ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ୟେରକେୟା ତାମରାନି(ତାତଲୁ) ନାମକ ଜଣେ ଆନ୍ଧ୍ରପ୍ରଦେଶ ଚାଷୀ ନିଜ ହିରୋ ଗ୍ଲାମର ବାଇକ ଯୋଗେ ବାଗପଡ଼ା ସ୍ଥିତ ଘରୁ ବାହାରି କଲମପୁର ପଟକୁ ଯାଉଥିବା ବେଳେ ଗୁମାବାହାଲ ଛକ ନିକଟରେ ଉଭୟଙ୍କ ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହୋଇଥିଲା। ସ୍ଥାନୀୟ ଲୋକ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଆମ୍ବୁଲାନ୍ସ ସହାୟତାରେ କଲମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ଉଭୟଙ୍କ ଅବସ୍ଥା ଗୁରୁତର ଥିବାରୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର ପାଇଁ ସେଠାକାର ଡାକ୍ତର ପରାମର୍ଶ ଦେଇଥିଲା। ଦୁଷ୍ମନ୍ତଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଥିବା ବେଳେ ୟେରକେୟା ତାମରାନିଙ୍କୁ ବିଶାଖାପାଟଣା ସ୍ଥାନାନ୍ତରିତ କରାଯାଇଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories