www.samajalive.in
Wednesday, December 10, 2025
16.1 C
Bhubaneswar

ସ୍କୁଟିକୁ ଧକ୍କା ଦେଇ ବାଇକ ଚୁରମାର; ୩ ଗୁରୁତର

ପାଟଣା : କେନ୍ଦୁଝର ଜିଲ୍ଲା ପାଟଣା ଥାନା ୨୨୦ ନମ୍ବର ଜାତୀୟ ରାଜପଥର ମଲ୍ଲିପଶି ନିକଟରେ ଏକ ଦ୍ରୁତଗାମୀ ବାଇକ ଭାରସାମ୍ୟ ହରାଇ ସ୍କୁଟିକୁ ଧକ୍କା ଦେଇ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ବାଇକରେ ଥିବା ୩ ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି । ଖବର ପାଇ ପାଟଣା ଥାନା ଅଧିକାରୀ ରାଜେନ୍ଦ୍ର ସ୍ୱାଇଁ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଛନ୍ତି । ଯୁବକ ତିନି ଜଣ ଏକ ବାଇକରେ ପାଟଣାରୁ ନିଜ ଗ୍ରାମକୁ ଫେରୁଥିବା ସମୟରେ ଏହି ଦୁର୍ଘଟଣା ଘଟିଛି । ଗୁରୁତର ଯୁବକ ତିନି ଜଣ ଚିନାମାଳିପଶି ଗ୍ରାମର ପରେଶ ପାତ୍ର, ରିତେଶ ନାଏକ ଓ ଗୌରାଙ୍ଗ ଲୋହାର ବୋଲି ଜଣାପଡିଛି ।

Hot this week

ରାଖେଲଗୁଡ଼ା-ଏମ୍‌ଭି-୨୬ ଗାଁରେ ଉତ୍ତେଜନା ଘଟଣା: ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର

ମାଟି ମୁଣ୍ଡ ଲଗାଇ କଲେ ଅନ୍ତିମ ସଂସ୍କାର ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା ପୋଟେରୁ...

ଧାନ ରଖି ଚାଷୀଙ୍କ ରାଜପଥ ଅବରୋଧ: ପୁଲିସ ସହ ଧସ୍ତାଧସ୍ତି, ୩ ଘଣ୍ଟା ଯାତାୟାତ ବନ୍ଦ

ଅତାବିରା/ରେଙ୍ଗାଲିକ୍ୟାମ୍ପ, : ମଣ୍ଡି ଗୁଡିକରେ ମନ୍ଥର ଗତିରେ ଧାନ ଉଠୁଥିଲା। ମଣ୍ଡିରୁ...

ବାରବାଟୀରେ ଏକତରଫା ବିଜୟ: ଦକ୍ଷିଣ ଆଫ୍ରିକାର ସର୍ବନିମ୍ନ ସ୍କୋର

କଟକ: କଟକ ବାରବାଟୀ ଷ୍ଟାଡିୟମ୍‌ରେ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ...

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

Related Articles

Popular Categories