www.samajalive.in
Sunday, December 7, 2025
14.1 C
Bhubaneswar

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ବାଇକ୍‌: ୨ ମୃତ, ଜଣେ ଗୁରୁତର

ସାକ୍ଷୀଗୋପାଳ: ପୁରୀ ଭୁବନେଶ୍ୱର ଜାତୀୟ ରାଜପଥର ସତ୍ୟବାଦୀ ଥାନା ଅନ୍ତର୍ଗତ ବୀର ଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ଅପରାହ୍ନ ପ୍ରାୟ ୫ଟା ସମୟରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏଥିରେ ଜଣେ ମହିଳା କନଷ୍ଟେବଳଙ୍କ ସମେତ ଘଟଣାସ୍ଥଳରେ ୨ ଜଣଙ୍କର ମୃତ୍ୟୁ ଘଟିବା ସହ ଜଣେ ଗୁରୁତର ଆହତ ହୋଇଛନ୍ତି।

ସତ୍ୟବାଦୀ ଥାନା ଅନ୍ତର୍ଗତ ହୋତା ସାହି ଗ୍ରାମର ସୂର୍ଯ୍ୟକାନ୍ତ ସାହୁ(୨୮), ସୁଷମା ମିଶ୍ର( ୩୮) ଓ ଚିନ୍ମୟ ପ୍ରସାଦ ଆଚାର୍ଯ୍ୟ(୧୮) ବାଇକ ଯୋଗେ ପୁରୀରୁ ସାକ୍ଷୀଗୋପାଳ ଫେରୁଥିଲେ। ବୀର ଗୋବିନ୍ଦପୁର ପେଟ୍ରୋଲ ପମ୍ପ ନିକଟରେ ଭାରସାମ୍ୟ ହରାଇ ଠିଆ ହୋଇଥିବା ଏକ ଟ୍ରକ ପଛରେ ବାଇକଟି ପିଟି ହୋଇ ଯାଇଥିଲା। ଫଳରେ ଘଟଣାସ୍ଥଳରେ ସୁଷମା ମିଶ୍ର (କୋଣାର୍କ କୋର୍ଟରେ କାର୍ଯ୍ୟରତ ମହିଳା କନେଷ୍ଟବଳ ) ଓ ସୂର୍ଯ୍ୟକାନ୍ତ ସାହୁଙ୍କର ମୃତ୍ୟୁ ଘଟିଥିଲା। ଏଥିସହ ଚିନ୍ମୟ ଆଚାର୍ଯ୍ୟ ଗୁରୁତର ଆହତ ହୋଇଛନ୍ତି। ସାକ୍ଷୀଗୋପାଳ ଦମକଳ କେନ୍ଦ୍ର ପକ୍ଷରୁ ମୃତାହତମାନଙ୍କୁ ସାକ୍ଷୀଗୋପାଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଆହତ ଚିନ୍ମୟଙ୍କୁ ଅଧିକ ଚିକିତ୍ସା ନିମନ୍ତେ ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ସତ୍ୟବାଦୀ ପୁଲିସ ମୃତଦେହ ଦ୍ବୟ ଜବତ କରିଛି। ଦୁର୍ଘଟଣାଗ୍ରସ୍ତ ଯାନ ଦ୍ବୟ ମଧ୍ୟ ଜବତ ହୋଇଛି।

- Advertisement -

ସୂଚନା ଥାଉ କି, ମୃତ ସୁଷମା ମିଶ୍ରଙ୍କର ଭଣଜା ଜଟଣୀ ଥାନା ଅନ୍ତର୍ଗତ ବାଛେରା ଗ୍ରାମର ଜ୍ୟୋତି ରଞ୍ଜନ ଦାସ (୩୨)ଙ୍କର ପରଲୋକ ହୋଇଥିଲା। ପୁରୀ ସ୍ୱର୍ଗଦ୍ୱାରଠାରେ ଶବ ସତ୍କାର କରି ଫେରୁଥିବା ସମୟରେ ଏହି ଦୁଃଖଦ ଘଟଣା ଘଟିଥିଲା।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories