www.samajalive.in
Sunday, December 7, 2025
23.1 C
Bhubaneswar

ଭୁବନେଶ୍ବରରେ ବିଲ୍‌ ଗେଟ୍ସ: କୃଷି ଭବନ ପରିଦର୍ଶନ ସହ ମୁଖ୍ୟମନ୍ତ୍ରୀଙ୍କୁ କରିବେ ସାକ୍ଷାତ

ଭୁବନେଶ୍ବର: ଭୁବନେଶ୍ବରରେ ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ ଗେଟ୍ସ । ଆଜି(ବୁଧବାର) କୃଷି ଭବନ ପରିଦର୍ଶନ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତ ସମୟରେ ସେ କୃଷକ ମାନଙ୍କର କୃଷି ଶୈଳୀ ବିଷୟରେ ଆଲୋଚନା କରିବେ । ଏହା ସହ ଚାଷୀମାନଙ୍କୁ ନିୟମିତ ଫସଲ ଓ ଚାଷ ସଂକ୍ରାନ୍ତରେ ପାଣିପାଗ ସୂଚନା ଦିଆଯାଉଥିବା ନେଇ ମଧ୍ୟ ବିଲ୍ ଗେଟସକୁ ଅବଗତ କରାଯିବ । ରାଜ୍ୟର କିଛି ମହିଳା ଚାଷୀ , ମିଶନ ଶକ୍ତି ମହିଳା  ଉଦ୍ୟୋଗୀଙ୍କୁ ଭେଟି ସେମାନଙ୍କର ମତାମତ ନେବେ ବୋଲି ସୂଚନା ମିଳିଛି । ଓଡିଶା ସରକାର କୃଷିର ଉନ୍ନତି ପାଇଁ ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ସହ ୨୦୧୭ରେ ଚୁକ୍ତିନାମା ସ୍ୱାକ୍ଷର କରିଥିଲେ । ବୈଷୟିକ ପ୍ରଣାଳୀରେ କ୍ଷୁଦ୍ର ଚାଷୀ ଏବଂ ଚାଷୀଙ୍କ ଆୟ ବୃଦ୍ଧି କରିବା ନେଇ ଲକ୍ଷ୍ୟ ରଖାଯାଇଥିଲା । ତେବେ ଗେଟ୍ସ  ରାଜ୍ୟରେ ଚାଲିଥିବା ସମସ୍ତ ପ୍ରକଳ୍ପ କିପରି କାର୍ଯ୍ୟକାରୀ ହେଉଛି,  ସେ ନେଇ ସମୀକ୍ଷା କରିବେ । ବିଲ୍‌ ଗେଟ୍ସଙ୍କ ଗସ୍ତକୁ ନେଇ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories