www.samajalive.in
Monday, December 8, 2025
20.1 C
Bhubaneswar

ରାଜ୍ୟସଭାରେ ଆଗତ ହେଲା ସାଧାରଣବର୍ଗ ଗରିବ ସଂରକ୍ଷଣ ବିଲ୍

ନୂଆଦିଲ୍ଲୀ : ସାଧାରଣବର୍ଗ ଗରିବଙ୍କୁ ୧୦ ପ୍ରତିଶତ ସଂରକ୍ଷଣ ସମ୍ବନ୍ଧିତ ୧୨୪ ତମ ସମ୍ବିଧାନ ସଂଶୋଧନ ବିଧେୟକ ବୁଧବାର ରାଜ୍ୟସଭାରେ ଆଗତ ହୋଇଛି। ମଙ୍ଗଳବାର ଲୋକସଭାରେ ପାରିତ ହେବା ପରେ ଆଜି ସାମାଜିକ ନ୍ୟାୟ ଓ ସଶକ୍ତିକରଣ ମନ୍ତ୍ରୀ ଥାୱରଚାନ୍ଦ୍ ଗେହଲଟ୍ ରାଜ୍ୟସଭାରେ ବିଲକୁ ଉପସ୍ଥାପନ କରିଛନ୍ତି। ଦିନ ୨ ଟାରୁ ବିଲ୍ ସଂପର୍କରେ ଗୃହରେ ସରଗରମ ଆଲୋଚନା ଚାଲିଛି।

ପୂର୍ବରୁ ଲୋକସଭାରେ ଏହି ସମ୍ବିଧାନ ସଂଶୋଧନ ବିଲ୍ ସପକ୍ଷରେ ୩୨୩ ଭୋଟ୍ ମିଳିଥିବା ବେଳେ ବିପକ୍ଷରେ ମାତ୍ର ୩ଟି ଭୋଟ୍ ମିଳିଥିଲା। ଏହି ବିଲର ବ୍ୟବସ୍ଥା ଅନୁସାରେ ସରକାରୀ ଏବଂ ବେସରକାରୀ କ୍ଷେତ୍ରରେ ସାଧାରଣବର୍ଗଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ରହିଛି।

- Advertisement -

ଉଭୟ ଗୃହରେ ପାରିତ ହେବା ପରେ ଏକ ଚତୁର୍ଥାଂଶ ରାଜ୍ୟର ସ୍ୱିକୃତୀ ପାଇଲେ ଏହି ବିଲ୍ ଆଇନରେ ପରିଣତ ହେବ। ବିଲ ଆଗତ ହେବା ପରେ ଗୃହରେ ଏନେଇ ଆଲୋଚନା ପର୍ଯ୍ୟାଲୋଚନା ଜାରି ରହିଛି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

Related Articles

Popular Categories