www.samajalive.in
Saturday, December 6, 2025
23.1 C
Bhubaneswar

ପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲା ପରିଷଦ କାର୍ଯ୍ୟାଳୟରେ ଲାଗିବ ବାୟୋମେଟ୍ରିକ୍‌

ଭୁବନେଶ୍ବର : ସରକାରୀ କର୍ମଚାରୀଙ୍କ ସମୟୋଚିତ ଉପସ୍ଥାନକୁ ଗୁରୁତ୍ବ ଦେଇଛନ୍ତି ରାଜ୍ୟ ସରକାର। ଏଥିପାଇଁ ରାଜ୍ୟର ସମସ୍ତ ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଓ ଜିଲା ପରିଷଦ କାର୍ଯ୍ୟାଳୟରେ ବାୟୋମେଟ୍ରିକ୍‌ ଉପସ୍ଥାନ ବ୍ୟବସ୍ଥା ସ୍ଥାପନ କରାଯିବ। ସମସ୍ତ ସରକାରୀ କର୍ମଚାରୀଙ୍କ ପାଇଁ ଏପରି ଉପସ୍ଥାନ ବାଧ୍ୟତାମୂଳକ କରାଯାଇଛି। ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଅତିରିକ୍ତ ସଚିବ ସୂର୍ଯ୍ୟନାରାୟଣ ଦାଶ ଏହି ମର୍ମରେ ସମସ୍ତ ଜିଲାପାଳଙ୍କୁ ପତ୍ର ଲେଖି ଅବଗତ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ରାଜ୍ୟ ସରକାର ସମୟାନୁବର୍ତ୍ତିତା ଏବଂ ନିୟମିତ ଉପସ୍ଥାନ ଉପରେ ଗୁରୁତ୍ବ ଦେଉଛନ୍ତି। ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ସଫଳତାର ସହ ବାୟୋମେଟ୍ରିକ୍ ବ୍ୟବସ୍ଥା କାର୍ଯ୍ୟକାରୀ ହୋଇଛି। ଏବେ ଗ୍ରାମ ପଞ୍ଚାୟତ, ପଞ୍ଚାୟତ ସମିତି ଏବଂ ଜିଲା ପରିଷଦ କାର୍ଯ୍ୟାଳୟଗୁଡ଼ିକରେ ଏହାର ସ୍ଥାପନ ସହ କାର୍ଯ୍ୟକ୍ଷମ କରିବାକୁ ଜିଲାପାଳଙ୍କୁ ନିର୍ଦେଶ ଦିଆଯାଇଛି। ଯଥାଶୀଘ୍ର ବାୟୋମେଟ୍ରିକ୍‌ ଲଗାଇ ରିପୋର୍ଟ ଦେବାକୁ ନିର୍ଦେଶ ରହିଛି।

Hot this week

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

Related Articles

Popular Categories