www.samajalive.in
Tuesday, December 9, 2025
16.1 C
Bhubaneswar

ବିରହା ଗାୟକ ସମ୍ରାଟ ହୀରାଲାଲ ଯାଦବଙ୍କ ପରଲୋକ

ନୂଆଦିଲ୍ଲୀ : ବିରହା ଗାୟକ ସମ୍ରାଟ, ପଦ୍ମଶ୍ରୀ ଲୋକଗାୟକ ହୀରାଲାଲ ଯାଦବଙ୍କ ବାରାଣାସୀ ଚୌକାଘାଟସ୍ଥିତ ନିଜ ବାସଭବନରେ ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ସେ ଗତ କିଛି ଦିନ ହେବ ସ୍ୱାସ୍ଥ୍ୟଗତ ସମସ୍ୟା ଦେଇ ଗତି କରୁଥିଲେ ଓ ଭୋଜୁବିରସ୍ଥିତ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଗତ ଶନିବାର ତାଙ୍କୁ ବାରାଣାସୀ ଚୌକଘାଟସ୍ଥିତ ବାସଭବନକୁ ଅଣାଯାଇଥିଲା। ସେଠାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ। ହୀରାଲାଲଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶୋକବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଟ୍ୱିଟ୍‍ କରିଛନ୍ତି ଯେ ପଦ୍ମଶ୍ରୀ ପରୁସ୍କାରରେ ସମ୍ମାନିତ ବାରାଣାସୀର ବିରହା ଗାୟକ ହରିଲାଲ ଯାଦବଙ୍କ ଦେହାନ୍ତ ଖବର ଅତ୍ୟନ୍ତ ଦୁଃଖ ଦାୟକ। ଦୁଇ ଦୁନ ପୂର୍ବରୁ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲି। ତାଙ୍କ ପରଲୋକ ଲୋକ ଗାୟକ କ୍ଷେତ୍ରରେ ଏକ ଅପୂରଣୀୟ କ୍ଷତି। ଏହାସହ ପ୍ରଧାନମନ୍ତ୍ରୀ ତାଙ୍କ ପରିବାର ଓ ପ୍ରଶଂସକଙ୍କୁ ସମବେଦନା ଜଣାଇଛନ୍ତି।

Hot this week

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

କଟାମୁଣ୍ଡ ପାଇଁ ଲଙ୍କାକାଣ୍ଡ: ଏମଭି -୨୬ ଗାଁ ଛାରଖାର

ମାଲକାନଗିରି/କୋରୁକୋଣ୍ଡା: ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ଅନ୍ତର୍ଗତ ପୋଟେରୁ ନଦୀର ଡୁଡାମେଟଲା...

ଆଜି ବାରବାଟୀ ମହାସମର: ଦକ୍ଷିଣ ଆଫ୍ରିକାକୁ ଟକ୍କର ଦେବ ଭାରତ

କଟକ: କ୍ରିକେଟ୍‌ ମହାସମର ପାଇଁ ବାରବାଟୀ ପ୍ରସ୍ତୁତ। ଏବେ କେବଳ ମୁକାବିଲାକୁ...

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

Related Articles

Popular Categories