www.samajalive.in
Monday, December 15, 2025
17.1 C
Bhubaneswar

ଅଡାଳ ଗ୍ରାମରେ ପ୍ରଶାସନ ପକ୍ଷରୁ ଜବରଦଖଲ ଉଚ୍ଛେଦ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଖଣ୍ଡହତା ପଞ୍ଚାୟତ ଅନ୍ତର୍ଗତ ଅଡାଳ ଗ୍ରାମରେ ବୁଧବାର ରାସ୍ତା ପ୍ରଶସ୍ତିକରଣ ପାଇଁ ଜବରଦଖଲ ଉଚ୍ଛେଦ କରାଯାଇଛି । ଦୀର୍ଘଦିନ ହେଲା ଏଠାରେ ରାସ୍ତା ଦୁଇ ପାର୍ଶ୍ଵରେ ଅବରୋଧ ସୃଷ୍ଟି ହୋଇଥିଲା । ଅନେକ ଲୋକ ଘର ଏବଂ ଦୋକାନ କରି ରାସ୍ତା ଦୁଇ ପାଖରେ ବସବାସ କରି ଆସୁଥିଲେ । ଏଥିପାଇଁ ବୀରମହାରାଜପୁର ତହସିଲଦାରଙ୍କ ପକ୍ଷରୁ ବିଭିନ୍ନ ସମୟରେ ଜବରଦଖଲ ଉଚ୍ଛେଦ ପାଇଁ ନୋଟିସ ଜାରି କରାଯାଇଥିଲା । ନିକଟରେ ଖଣ୍ଡହତା-ମୁର୍ଷୁଣ୍ଢି ରାସ୍ତାର ପ୍ରଶସ୍ତିକରଣ ଚାଲିଥିବାରୁ ଏହା ଅତ୍ୟାବଶ୍ୟକ ହୋଇପଡ଼ିଥିଲା । ମାତ୍ର ଜବର ଦଖଲକାରୀମାନେ ତହସିଲର ନୋଟିସକୁ ଖାତିର କରି ନଥିଲେ । ଶେଷରେ ଆଜି ବାଧ୍ୟହୋଇ ପ୍ରଶାସନ ପକ୍ଷରୁ ଜେସିବି ସାହାଯ୍ୟରେ ଜବରଦଖଲ ଉଚ୍ଛେଦ କରାଯାଇଥିବା ଜଣାପଡ଼ିଛି । କିଛି ଲୋକ ନିଜ ଆଡୁ ମଧ୍ୟ ଜବରଦଖଲ ହଟାଇ ନେଇଥିଲେ । ଉଚ୍ଛେଦ ବେଳେ ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅତିରିକ୍ତ ତହସିଲଦାର ସ୍ବାଗତ ପଣ୍ଡା, ରାଜସ୍ବ ବିଭାଗ କର୍ମଚାରୀ ଓ ପୁଲିସ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories