www.samajalive.in
Friday, December 5, 2025
26.1 C
Bhubaneswar

ଖୋର୍ଦ୍ଧାକୁ ବ୍ୟାପିଲା ବାର୍ଡ ଫ୍ଲୁ

ଖୋର୍ଦ୍ଧା: ବାର୍ଡ ଫ୍ଲୁ ପୁରୀ ଜିଲା ଡେଲାଙ୍ଗ ଅଞ୍ଚଳରୁ ଖୋର୍ଦ୍ଧା ଜିଲାକୁ ବ୍ୟାପିଛି। ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ କୁକୁଡ଼ା ମଡ଼କ ଦେଖାଯାଉଛି। ଜଙ୍କିଆ ଅଞ୍ଚଳରୁ ସଂଗୃହୀତ ନମୁନାରେ ବାର୍ଡ଼ ଫ୍ଲୁ ଭୂତାଣୁ ଥିବା ଜଣାପଡ଼ିବା ପରେ ଗୁରୁବାର ସେଠାରେ ସମୂହ କୁକୁଡ଼ା ନିପାତ ଅଭିଯାନ ଆରମ୍ଭ ହୋଇଛି। ମୁଣ୍ଡାଆମ୍ବରେ ଥିବା ପୁଷ୍ପାଞ୍ଜଳି ରାଉତରାୟଙ୍କ ଫାର୍ମରୁ ଗୁରୁବାର ୪୫୦୭ କୁକୁଡ଼ା ମରାଯାଇଥିବା ଖୋର୍ଦ୍ଧା ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି। କୁକୁଡ଼ା ମାରିବାକୁ କନ୍ଧମାଳରୁ ୩ ଓ ଢେଙ୍କାନାଳରୁ ୨ଟି ରାପିଡ୍‌ ରେସ୍‌ପନ୍ସ ଟିମ୍ ଆସିଛନ୍ତି। ପ୍ରତି ଟିମ୍‌ରେ ଜଣେ ପ୍ରାଣୀ ଚିକିତ୍ସକ, ଜଣେ ପ୍ରାଣୀଧନ ନିରୀକ୍ଷକଙ୍କ ସହ ସହାୟକ ଅଛନ୍ତି। ମୃତ କୁକୁଡ଼ାଙ୍କୁ ଫାର୍ମ ପରିସରରେ ଗାତ ଖୋଳି ପୋତି ଦିଆଯାଇଛି। ଶୁକ୍ରବାର ମୁଣ୍ଡାଆମ୍ବଠାରୁ ଏକ କିମି ମଧ୍ୟରେ ଥିବା ସମସ୍ତ କୁକୁଡ଼ାଙ୍କୁ ନିପାତ କରାଯିବ। ବାର୍ଡ ଫ୍ଲୁ ସଂକ୍ରମଣ ଚିହ୍ନଟ ପାଇଁ ଜିଲା ପ୍ରାଣୀ ଚିକିତ୍ସା ବିଭାଗ ତତ୍ପରତା ଦେଖାଇଛି। ପୂର୍ବରୁ ଖୋର୍ଦ୍ଧା ଜିଲାର ବିଭିନ୍ନ ଅଞ୍ଚଳରୁ କୁକୁଡ଼ାଙ୍କର ମଳ ନମୁନା ସଂଗ୍ରହ କରି ଫୁଲନଖରା ସ୍ଥିତ ରାଜ୍ୟ ଲାବୋରେଟୋରୀକୁ ପଠାଯାଇଥିଲା। ଏଠାରୁ ବାର୍ଡ ଫ୍ଲୁ ସନ୍ଦେହ ହେବାରୁ ଭୋପାଳ ଲାବୋରେଟୋରୀକୁ ନମୁନା ପଠାଯାଇଥିଲା। ମୁଣ୍ଡାଆମ୍ବରେ ବାର୍ଡ଼ ଫ୍ଲୁ ଭୂତାଣୁ ଜଣାପଡ଼ିବା ପରେ ଗୁରୁବାର ଜିଲାପାଳଙ୍କ ଅଧ୍ୟକ୍ଷତାରେ ବୈଠକ ବସିଥିଲା। ନିଷ୍ପତ୍ତି ଅନୁଯାୟୀ କୁକୁଡ଼ାମରା ଅଭିଯାନ ଆରମ୍ଭ ହୋଇଛି। ଜିଲାରେ ୧୧୦୦ଟି ଫାର୍ମ ଥିବାରୁ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଉଛି। ଯେଉଁଠାରେ ସରକାର କୁକୁଡ଼ା ମାରିବେ ଚାଷୀକୁ ଅନୁକମ୍ପାମୂଳକ ସହାୟତା ଦିଆଯିବ ବୋଲି ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ରବୀନ୍ଦ୍ର ପଟ୍ଟନାୟକ କହିଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories