www.samajalive.in
Saturday, December 6, 2025
19.1 C
Bhubaneswar

ସର୍ପାଘାତରେ ବୃଦ୍ଧାଙ୍କ ମୃତ୍ୟୁ

ବୀରମହାରାଜପୁର: ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ଉଫୁଲା ପଞ୍ଚାୟତ ଅନ୍ତର୍ଗତ ଟିଠିପାଲି ଗ୍ରାମରେ ସର୍ପାଘାତରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି । ମୃତକ ଜଣକ ଫଦୋଲ ପାତ୍ର (୬୨) ବୋଲି ଜଣାପଡିଛି। ସୂଚନା ଅନୁସାରେ ଶୁକ୍ରବାର ବୃଦ୍ଧା ଜଣକ ନିଜ ଘରେ ଝାଡୁ କରୁଥଲେ। ତେବେ ଘରେ ମୂଷା ଖୋଳିଥିବା ଏକ ଗାତକୁ ଦେଖି ତାହାକୁ ପୋତି ଦେଇଥିଲେ।
ଏହି ସମୟରେ ଗାତରେ ଥିବା ଏକ ବିଷଧର ସାପ ତାଙ୍କୁ କାମୁଡି ଦେଇଥିଲା।  ତୁରନ୍ତ ଏ ସମ୍ପର୍କରେ ବୃଦ୍ଧା ଜଣକ ପରିବାର ଲୋକଙ୍କୁ ଜଣାଇଥିଲେ । ପରିବାର ଲୋକେ ତାଙ୍କୁ ତୁରନ୍ତ ବୀରମହାରାଜପୁର ଉପଖଣ୍ଡ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ମାତ୍ର ଡାକ୍ତର ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ବୀରମହାରାଜପୁର ପୁଲିସ ମୃତଦେହ ଜବତ କରି ବ୍ୟବଛେଦ କରିଥିବା ଜଣାଯାଇଛି ।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories