www.samajalive.in
Sunday, December 14, 2025
17.1 C
Bhubaneswar

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା ଡ. ସୌମ୍ୟା ସ୍ୱାମୀନାଥନ ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ଡ. ସ୍ୱାମୀନାଥନ ଓଡିଶାରେ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ହୋଇଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ, ବିଶେଷ କରି ଦାରିଦ୍ର୍ୟ ଦୂରୀକରଣ କ୍ଷେତ୍ରରେ ସଫଳ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ । ସେହିପରି ମିଲେଟ୍‌ ମିଶନ ଲୋକପ୍ରିୟ ହେବା ସହିତ ଜନଜାତି ବର୍ଗର ଆର୍ଥିକ ବିକାଶରେ ସହାୟକ ହୋଇଛି ବୋଲି ସେ ମତ ପ୍ରକାଶ କରିଥିଲେ । ମିଶନ ଶକ୍ତି କାର୍ଯ୍ୟକ୍ରମ ଓଡିଶାର ମା’ ମାନଙ୍କୁ ସଶକ୍ତ କରିବା ସହିତ ଗ୍ରାମ୍ୟ ଅର୍ଥନୀତିକୁ ସୁଦୃଢ କରିବାରେ ମଧ୍ୟ ପ୍ରମୁଖ ଭୂମିକା ନେଇଛି ବୋଲି ଉଚ୍ଚ ପ୍ରଶଂସା କରିଥିଲେ । ଉଭୟଙ୍କ ମଧ୍ୟରେ ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡେସନର କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ସୂଚନାଯୋଗ୍ୟ ଡ. ସୌମ୍ୟା ସ୍ୱାମୀନାଥନ ପୂର୍ବରୁ ଭାରତୀୟ ଭେଷଜ ଗବେଷଣା ପ୍ରତିଷ୍ଠାନର ମହା ନିର୍ଦ୍ଦେଶିକା ଓ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ଭାବରେ କାର୍ଯ୍ୟ କରିଛନ୍ତି । ସେ ହେଉଛନ୍ତି ବିଖ୍ୟାତ ବୈଜ୍ଞାନିକ ତଥା ସବୁଜ ବିପ୍ଳବର ଜନକ ସ୍ୱର୍ଗତ ଡ. ଏମ.ଏସ. ସ୍ୱାମୀନାଥନଙ୍କ କନ୍ୟା ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories