www.samajalive.in
Wednesday, December 10, 2025
23.1 C
Bhubaneswar

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା ଡ. ସୌମ୍ୟା ସ୍ୱାମୀନାଥନ ଆଜି ସନ୍ଧ୍ୟାରେ ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ସାକ୍ଷାତ ସମୟରେ ଡ. ସ୍ୱାମୀନାଥନ ଓଡିଶାରେ ନବୀନ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀତ୍ୱ ସମୟରେ ହୋଇଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ, ବିଶେଷ କରି ଦାରିଦ୍ର୍ୟ ଦୂରୀକରଣ କ୍ଷେତ୍ରରେ ସଫଳ ପଦକ୍ଷେପର ଉଚ୍ଚ ପ୍ରଶଂସା କରିଥିଲେ । ସେହିପରି ମିଲେଟ୍‌ ମିଶନ ଲୋକପ୍ରିୟ ହେବା ସହିତ ଜନଜାତି ବର୍ଗର ଆର୍ଥିକ ବିକାଶରେ ସହାୟକ ହୋଇଛି ବୋଲି ସେ ମତ ପ୍ରକାଶ କରିଥିଲେ । ମିଶନ ଶକ୍ତି କାର୍ଯ୍ୟକ୍ରମ ଓଡିଶାର ମା’ ମାନଙ୍କୁ ସଶକ୍ତ କରିବା ସହିତ ଗ୍ରାମ୍ୟ ଅର୍ଥନୀତିକୁ ସୁଦୃଢ କରିବାରେ ମଧ୍ୟ ପ୍ରମୁଖ ଭୂମିକା ନେଇଛି ବୋଲି ଉଚ୍ଚ ପ୍ରଶଂସା କରିଥିଲେ । ଉଭୟଙ୍କ ମଧ୍ୟରେ ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡେସନର କାର୍ଯ୍ୟକ୍ରମ ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା । ସୂଚନାଯୋଗ୍ୟ ଡ. ସୌମ୍ୟା ସ୍ୱାମୀନାଥନ ପୂର୍ବରୁ ଭାରତୀୟ ଭେଷଜ ଗବେଷଣା ପ୍ରତିଷ୍ଠାନର ମହା ନିର୍ଦ୍ଦେଶିକା ଓ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର ମୁଖ୍ୟ ବୈଜ୍ଞାନିକ ଭାବରେ କାର୍ଯ୍ୟ କରିଛନ୍ତି । ସେ ହେଉଛନ୍ତି ବିଖ୍ୟାତ ବୈଜ୍ଞାନିକ ତଥା ସବୁଜ ବିପ୍ଳବର ଜନକ ସ୍ୱର୍ଗତ ଡ. ଏମ.ଏସ. ସ୍ୱାମୀନାଥନଙ୍କ କନ୍ୟା ।

Hot this week

ଶରୀରରେ ଭିଟାମିନ୍‌ ବି-୧୨ର ଅଭାବ ହେଉଛି କି? ଏହି ଶାଗ ଖାଆନ୍ତୁ

ସମାଜ ଡିଜିଟାଲ ଡେସ୍କ: ଶରୀରର ବିକାଶ ପାଇଁ ଭିଟାମିନ ଅତ୍ୟନ୍ତ ଜରୁରୀ।...

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

Related Articles

Popular Categories